Acts 6:3 in Oriya 3 ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
Other Translations King James Version (KJV) Wherefore, brethren, look ye out among you seven men of honest report, full of the Holy Ghost and wisdom, whom we may appoint over this business.
American Standard Version (ASV) Look ye out therefore, brethren, from among you seven men of good report, full of the Spirit and of wisdom, whom we may appoint over this business.
Bible in Basic English (BBE) Take then from among you seven men of good name, full of the Spirit and of wisdom, to whom we may give control of this business.
Darby English Bible (DBY) Look out therefore, brethren, from among yourselves seven men, well reported of, full of [the] [Holy] Spirit and wisdom, whom we will establish over this business:
World English Bible (WEB) Therefore select from among you, brothers, seven men of good report, full of the Holy Spirit and of wisdom, whom we may appoint over this business.
Young's Literal Translation (YLT) look out, therefore, brethren, seven men of you who are well testified of, full of the Holy Spirit and wisdom, whom we may set over this necessity,
Cross Reference Genesis 41:38 in Oriya 38 ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା ? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”
Numbers 11:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
Numbers 27:18 in Oriya 18 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
Deuteronomy 1:13 in Oriya 13 ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।
Job 32:7 in Oriya 7 ମୁଁ କହିଲି, ଦିନସମୂହ କଥା କହିବେ ଓ ବର୍ଷର ବାହୁଲ୍ୟ ଜ୍ଞାନ ଶିଖାଇବେ।
Isaiah 11:2 in Oriya 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
Isaiah 28:6 in Oriya 6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।
Isaiah 28:26 in Oriya 26 କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।
Matthew 23:8 in Oriya 8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।
Acts 1:21 in Oriya 21 ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,
Acts 2:4 in Oriya 4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
Acts 6:6 in Oriya 6 ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ।
Acts 9:30 in Oriya 30 ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।
Acts 10:22 in Oriya 22 ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।
Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Acts 15:23 in Oriya 23 ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
Acts 16:2 in Oriya 2 ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ।
Acts 22:12 in Oriya 12 ସେହି ସ୍ଥାନରେ ଥିବା ସମସ୍ତ ଯିହୂଦୀଙ୍କ ନିକଟରେ ସୁକ୍ଷାତିସମ୍ପନ୍ନ ହନନୀୟ ନାମକ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
1 Corinthians 12:8 in Oriya 8 କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
1 Corinthians 16:3 in Oriya 3 ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
2 Corinthians 8:19 in Oriya 19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;
Ephesians 5:18 in Oriya 18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
1 Timothy 3:7 in Oriya 7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
1 Timothy 5:10 in Oriya 10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
1 John 3:14 in Oriya 14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ।
3 John 1:12 in Oriya 12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।