Acts 6:7 in Oriya 7 ଏଣୁ ଇଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
Other Translations King James Version (KJV) And the word of God increased; and the number of the disciples multiplied in Jerusalem greatly; and a great company of the priests were obedient to the faith.
American Standard Version (ASV) And the word of God increased; and the number of the disciples multiplied in Jerusalem exceedingly; and a great company of the priests were obedient to the faith.
Bible in Basic English (BBE) And the word of God was increasing in power; and the number of the disciples in Jerusalem became very great, and a great number of priests were in agreement with the faith.
Darby English Bible (DBY) And the word of God increased; and the number of the disciples in Jerusalem was very greatly multiplied, and a great crowd of the priests obeyed the faith.
World English Bible (WEB) The word of God increased and the number of the disciples multiplied in Jerusalem exceedingly. A great company of the priests were obedient to the faith.
Young's Literal Translation (YLT) And the word of God did increase, and the number of the disciples did multiply in Jerusalem exceedingly; a great multitude also of the priests were obedient to the faith.
Cross Reference 2 Chronicles 29:34 in Oriya 34 ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।
2 Chronicles 30:24 in Oriya 24 ଏଣୁ ଯିହୁଦାର ରାଜା ହିଜକିୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ।
Psalm 132:9 in Oriya 9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
Psalm 132:16 in Oriya 16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
Matthew 19:30 in Oriya 30 କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।
Luke 2:34 in Oriya 34 ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
John 12:42 in Oriya 42 ତଥାପି ଯିହୂଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,
Acts 12:24 in Oriya 24 କିନ୍ତୁ ଇଶ୍ବରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା।
Acts 13:8 in Oriya 8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Acts 19:20 in Oriya 20 ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା।
Acts 21:20 in Oriya 20 ସେମାନେ ତାହା ଶୁଣି ଇଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ।
Romans 1:5 in Oriya 5 ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
Romans 16:26 in Oriya 26 ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଇଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,
Colossians 1:6 in Oriya 6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଇଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
2 Timothy 2:9 in Oriya 9 ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଇଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।
Hebrews 5:9 in Oriya 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Hebrews 11:8 in Oriya 8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।