Acts 6:9 in Oriya 9 କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆ ଅଞ୍ଚଳମାନଙ୍କରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
Other Translations King James Version (KJV) Then there arose certain of the synagogue, which is called the synagogue of the Libertines, and Cyrenians, and Alexandrians, and of them of Cilicia and of Asia, disputing with Stephen.
American Standard Version (ASV) But there arose certain of them that were of the synagogue called `the synagogue' of the Libertines, and of the Cyrenians, and of the Alexandrians, and of them of Cilicia and Asia, disputing with Stephen.
Bible in Basic English (BBE) But some of those who were of the Synagogue named that of the Libertines, and some of the men of Cyrene and of Alexandria and those from Cilicia and Asia, had arguments with Stephen.
Darby English Bible (DBY) And there arose up certain of those of the synagogue called of freedmen, and of Cyrenians, and of Alexandrians, and of those of Cilicia and Asia, disputing with Stephen.
World English Bible (WEB) But some of those who were of the synagogue called "The Libertines," and of the Cyrenians, of the Alexandrians, and of those of Cilicia and Asia arose, disputing with Stephen.
Young's Literal Translation (YLT) and there arose certain of those of the synagogue, called of the Libertines, and Cyrenians, and Alexandrians, and of those from Cilicia, and Asia, disputing with Stephen,
Cross Reference Matthew 10:17 in Oriya 17 ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Matthew 27:32 in Oriya 32 ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।
Mark 13:9 in Oriya 9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।
Luke 21:12 in Oriya 12 କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;
Acts 2:9 in Oriya 9 ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସପଟାମିଆ, ଯିହୂଦା ଦେଶ ଓ କାପ୍ପାଦକିଆ, ପନ୍ତ ଓ ଆସିଆ,
Acts 11:20 in Oriya 20 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
Acts 13:1 in Oriya 1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
Acts 13:45 in Oriya 45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା।
Acts 15:23 in Oriya 23 ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
Acts 15:41 in Oriya 41 ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ।
Acts 16:6 in Oriya 6 ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Acts 17:17 in Oriya 17 ତେଣୁ ସେ ସମାଜଗୃହରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।
Acts 18:24 in Oriya 24 ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।
Acts 19:10 in Oriya 10 ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।
Acts 19:26 in Oriya 26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Acts 21:27 in Oriya 27 ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଆସିଆର ଯିହୂଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,
Acts 21:39 in Oriya 39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୂଦୀ, ତାର୍ଷ ନଗରର ଲୋକ, କିଲିକିଆର ଏକ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।
Acts 22:3 in Oriya 3 ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଇଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
Acts 22:19 in Oriya 19 ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
Acts 23:34 in Oriya 34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ,
Acts 26:11 in Oriya 11 ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।
Acts 27:5 in Oriya 5 କିଲିକିୟା ଓ ପଂଫୂଲିଆ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆର ମୁରାକୁ ଆସିଲୁ।
1 Corinthians 1:20 in Oriya 20 ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ?
Galatians 1:21 in Oriya 21 ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।