Acts 7:2 in Oriya 2 ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆ ଦେଶରେ ଥିଲେ, ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,
Other Translations King James Version (KJV) And he said, Men, brethren, and fathers, hearken; The God of glory appeared unto our father Abraham, when he was in Mesopotamia, before he dwelt in Charran,
American Standard Version (ASV) And he said, Brethren and fathers, hearken: The God of glory appeared unto our father Abraham, when he was in Mesopotamia, before he dwelt in Haran,
Bible in Basic English (BBE) And he said, My brothers and fathers, give hearing. The God of glory came to our father Abraham, when he was in Mesopotamia, before he was living in Haran,
Darby English Bible (DBY) And he said, Brethren and fathers, hearken. The God of glory appeared to our father Abraham when he was in Mesopotamia, before he dwelt in Charran,
World English Bible (WEB) He said, "Brothers and fathers, listen. The God of glory appeared to our father Abraham, when he was in Mesopotamia, before he lived in Haran,
Young's Literal Translation (YLT) and he said, `Men, brethren, and fathers, hearken: The God of the glory did appear to our father Abraham, being in Mesopotamia, before his dwelling in Haran,
Cross Reference Genesis 11:31 in Oriya 31 ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
Genesis 12:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
Genesis 12:5 in Oriya 5 ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
Genesis 15:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
Genesis 29:4 in Oriya 4 ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”
Joshua 24:2 in Oriya 2 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;
Nehemiah 9:7 in Oriya 7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମକୁ ମନୋନୀତ କଲ ଓ କଲ୍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;
Psalm 24:7 in Oriya 7 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
Psalm 24:10 in Oriya 10 ଏହି ଗୌରବମୟ ରାଜା କିଏ ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। ସେଲା
Psalm 29:3 in Oriya 3 ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
Isaiah 6:3 in Oriya 3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”
Isaiah 51:2 in Oriya 2 ତୁମ୍ଭମାନଙ୍କ ପିତା ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
Luke 2:14 in Oriya 14 ଊର୍ଦ୍ଧ୍ୱଲୋକରେ ଇଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 12:41 in Oriya 41 ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ।
Acts 22:1 in Oriya 1 ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।
Acts 23:7 in Oriya 7 ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା।
1 Corinthians 2:8 in Oriya 8 ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Titus 2:13 in Oriya 13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି।
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
Revelation 4:11 in Oriya 11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।
Revelation 5:12 in Oriya 12 ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।