Acts 7:35 in Oriya 35 କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।
Other Translations King James Version (KJV) This Moses whom they refused, saying, Who made thee a ruler and a judge? the same did God send to be a ruler and a deliverer by the hand of the angel which appeared to him in the bush.
American Standard Version (ASV) This Moses whom they refused, saying, Who made thee a ruler and a judge? him hath God sent `to be' both a ruler and a deliverer with the hand of the angel that appeared to him in the bush.
Bible in Basic English (BBE) This Moses, whom they would not have, saying, Who made you a ruler and a judge? him God sent to be a ruler and a saviour, by the hand of the angel whom he saw in the thorn-tree.
Darby English Bible (DBY) This Moses, whom they refused, saying, Who made thee ruler and judge? him did God send [to be] a ruler and deliverer with the hand of the angel who appeared to him in the bush.
World English Bible (WEB) "This Moses, whom they refused, saying, 'Who made you a ruler and a judge?'--God has sent him as both a ruler and a deliverer by the hand of the angel who appeared to him in the bush.
Young's Literal Translation (YLT) `This Moses, whom they did refuse, saying, Who did set thee a ruler and a judge? this one God a ruler and a redeemer did send, in the hand of a messenger who appeared to him in the bush;
Cross Reference Exodus 14:19 in Oriya 19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
Exodus 14:24 in Oriya 24 ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସ୍ରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସ୍ରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
Exodus 23:20 in Oriya 20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
Exodus 32:34 in Oriya 34 ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”
Exodus 33:2 in Oriya 2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା।
Exodus 33:12 in Oriya 12 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋ' ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛ।”
Numbers 20:16 in Oriya 16 ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;
1 Samuel 8:7 in Oriya 7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
1 Samuel 10:27 in Oriya 27 ମାତ୍ର କେତେକ ପାପାଧମ ସନ୍ତାନ କହିଲେ, ଏଇଟା କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ ? ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।
1 Samuel 12:8 in Oriya 8 ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।
Nehemiah 9:10 in Oriya 10 ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ପ୍ରକାଶ କଲ; କାରଣ ମିସ୍ରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।
Psalm 75:7 in Oriya 7 ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
Psalm 77:20 in Oriya 20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
Psalm 113:7 in Oriya 7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
Psalm 118:22 in Oriya 22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Isaiah 63:11 in Oriya 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Luke 19:14 in Oriya 14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।
John 18:40 in Oriya 40 ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।
John 19:15 in Oriya 15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
Acts 2:36 in Oriya 36 ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ୱର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
Acts 3:22 in Oriya 22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହି ସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।
Acts 5:31 in Oriya 31 ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି।
Acts 7:9 in Oriya 9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ୱର ତାହାଙ୍କ ସହିତ ଥିଲେ,
Acts 7:27 in Oriya 27 କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାହାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକସ୍ୱରୂପେ ନିଯୁକ୍ତ କଲା ?
Acts 7:30 in Oriya 30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Colossians 1:15 in Oriya 15 ସେ ଅଦୃଶ୍ୟ ଇଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
Hebrews 2:2 in Oriya 2 କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।