Acts 7:38 in Oriya 38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।
Other Translations King James Version (KJV) This is he, that was in the church in the wilderness with the angel which spake to him in the mount Sina, and with our fathers: who received the lively oracles to give unto us:
American Standard Version (ASV) This is he that was in the church in the wilderness with the angel that spake to him in the Mount Sinai, and with our fathers: who received living oracles to give unto us:
Bible in Basic English (BBE) This is the man who was in the church in the waste land with the angel who was talking to him in Sinai, and with our fathers; and to him were given the living words of God, so that he might give them to you.
Darby English Bible (DBY) This is he who was in the assembly in the wilderness, with the angel who spoke to him in the mount Sinai, and with our fathers; who received living oracles to give to us;
World English Bible (WEB) This is he who was in the assembly in the wilderness with the angel that spoke to him on Mount Sinai, and with our fathers, who received living oracles to give to us,
Young's Literal Translation (YLT) `This is he who was in the assembly in the wilderness, with the messenger who is speaking to him in the mount Sinai, and with our fathers who did receive the living oracles to give to us;
Cross Reference Exodus 19:3 in Oriya 3 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।”
Exodus 20:19 in Oriya 19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”
Exodus 21:1 in Oriya 1 ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା-
Numbers 16:3 in Oriya 3 ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”
Numbers 16:41 in Oriya 41 ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
Deuteronomy 5:27 in Oriya 27 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।
Deuteronomy 6:1 in Oriya 1 ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।
Deuteronomy 30:19 in Oriya 19 ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;
Deuteronomy 32:46 in Oriya 46 “ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁ ସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”
Deuteronomy 33:4 in Oriya 4 ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥା ଆଦେଶ କଲେ, ତାହା ଯାକୁବ-ସମାଜର ଅଧିକାର।
Nehemiah 9:13 in Oriya 13 ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
Psalm 78:5 in Oriya 5 କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
John 1:17 in Oriya 17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
John 6:63 in Oriya 63 ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହି ସବୁ ଆତ୍ମା ଓ ଜୀବନ ଅଟେ।
Acts 7:30 in Oriya 30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
Acts 7:35 in Oriya 35 କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।
Acts 7:53 in Oriya 53 ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ (ଆଦ୍ୟ) ପ୍ରତିଷ୍ଠିତ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।
Romans 3:2 in Oriya 2 ସର୍ବପ୍ରଥମେ, ଇଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।
Romans 9:4 in Oriya 4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
Romans 10:6 in Oriya 6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, “କିଏ ସ୍ୱର୍ଗାରୋହଣ କରିବ' (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ) ?
Galatians 3:19 in Oriya 19 ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା ? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।
Hebrews 2:2 in Oriya 2 କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,
Hebrews 4:12 in Oriya 12 କାରଣ ଇଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
Hebrews 5:12 in Oriya 12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଇଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।
1 Peter 4:11 in Oriya 11 କେହି ଯଦି ପ୍ରଚାର କରେ, ତେବେ ସେ ଇଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।