Acts 7:5 in Oriya 5 ଆଉ, ସେ ତାହାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି, ସେତେବେଳେ ତାହାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାହାଙ୍କୁ ଓ ତାହାଙ୍କ ଭବିଷ୍ୟଦ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ।
Other Translations King James Version (KJV) And he gave him none inheritance in it, no, not so much as to set his foot on: yet he promised that he would give it to him for a possession, and to his seed after him, when as yet he had no child.
American Standard Version (ASV) and he gave him none inheritance in it, no, not so much as to set his foot on: and he promised that he would give it to him in possession, and to his seed after him, when `as yet' he had no child.
Bible in Basic English (BBE) And God gave him no heritage in it, not even enough to put his foot on: but he gave him an undertaking that he would give it to him and to his children after him, though he had no child at that time.
Darby English Bible (DBY) And he did not give him an inheritance in it, not even what his foot could stand on; and promised to give it to him for a possession, and to his seed after him, when he had no child.
World English Bible (WEB) He gave him no inheritance in it, no, not so much as to set his foot on. He promised that he would give it to him for a possession, and to his seed after him, when he still had no child.
Young's Literal Translation (YLT) and He gave him no inheritance in it, not even a footstep, and did promise to give it to him for a possession, and to his seed after him -- he having no child.
Cross Reference Genesis 12:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
Genesis 13:15 in Oriya 15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
Genesis 15:2 in Oriya 2 ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ'ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେସକୀୟ ଇଲୀୟେଜର ମୋ' ଗୃହର ଧନାଧିକାରୀ ଅଟେ।”
Genesis 15:18 in Oriya 18 ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Genesis 16:2 in Oriya 2 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
Genesis 17:8 in Oriya 8 ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”
Genesis 17:16 in Oriya 16 ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”
Genesis 23:4 in Oriya 4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ' ଦୃଷ୍ଟିର ଅଗୋଚରରେ ମୋ' ମୃତକୁ କବର ଦେବି।”
Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Exodus 6:7 in Oriya 7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।”
Deuteronomy 2:5 in Oriya 5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।
Deuteronomy 6:10 in Oriya 10 ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
Deuteronomy 9:5 in Oriya 5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Deuteronomy 10:11 in Oriya 11 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।
Deuteronomy 11:9 in Oriya 9 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।
Deuteronomy 34:4 in Oriya 4 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”
Nehemiah 9:8 in Oriya 8 ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
Psalm 105:8 in Oriya 8 ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ,
Hebrews 11:9 in Oriya 9 ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;
Hebrews 11:13 in Oriya 13 ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।