Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Other Translations King James Version (KJV) Which of the prophets have not your fathers persecuted? and they have slain them which shewed before of the coming of the Just One; of whom ye have been now the betrayers and murderers:
American Standard Version (ASV) Which of the prophets did not your fathers persecute? and they killed them that showed before of the coming of the Righteous One; of whom ye have now become betrayers and murderers;
Bible in Basic English (BBE) Which of the prophets was not cruelly attacked by your fathers? and they put to death those who gave them the news of the coming of the Upright One; whom you have now given up and put to death;
Darby English Bible (DBY) Which of the prophets have not your fathers persecuted? and they have slain those who announced beforehand concerning the coming of the Just One, of whom *ye* have now become deliverers up and murderers!
World English Bible (WEB) Which of the prophets didn't your fathers persecute? They killed those who foretold the coming of the Righteous One, of whom you have now become betrayers and murderers.
Young's Literal Translation (YLT) which of the prophets did not your fathers persecute? and they killed those who declared before about the coming of the Righteous One, of whom now ye betrayers and murderers have become,
Cross Reference 1 Samuel 8:7 in Oriya 7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
1 Kings 19:10 in Oriya 10 ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋ' ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
1 Kings 19:14 in Oriya 14 ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
2 Chronicles 24:19 in Oriya 19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Jeremiah 2:30 in Oriya 30 ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
Jeremiah 20:2 in Oriya 2 ତହିଁରେ ପଶ୍ହୂର ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।
Jeremiah 26:15 in Oriya 15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
Jeremiah 26:23 in Oriya 23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇ ଦେଲା।”
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 5:12 in Oriya 12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
Matthew 21:35 in Oriya 35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ।
Matthew 23:31 in Oriya 31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।
Luke 11:47 in Oriya 47 ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର କବର ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ।
Luke 13:33 in Oriya 33 ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 3:14 in Oriya 14 ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,
Acts 3:18 in Oriya 18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
Acts 3:24 in Oriya 24 ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
Acts 4:10 in Oriya 10 ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
Acts 5:28 in Oriya 28 “ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ,” ତଥାପି “ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।”
Acts 22:14 in Oriya 14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
1 Peter 1:11 in Oriya 11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
1 John 2:1 in Oriya 1 ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
Revelation 3:7 in Oriya 7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।