Acts 8:1 in Oriya 1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
Other Translations King James Version (KJV) And Saul was consenting unto his death. And at that time there was a great persecution against the church which was at Jerusalem; and they were all scattered abroad throughout the regions of Judaea and Samaria, except the apostles.
American Standard Version (ASV) And Saul was consenting unto his death. And there arose on that day a great persecution against the church which was in Jerusalem; and they were all scattered abroad throughout the regions of Judaea and Samaria, except the apostles.
Bible in Basic English (BBE) And Saul gave approval to his death. Now at that time a violent attack was started against the church in Jerusalem; and all but the Apostles went away into all parts of Judaea and Samaria.
Darby English Bible (DBY) And Saul was consenting to his being killed. And on that day there arose a great persecution against the assembly which was in Jerusalem, and all were scattered into the countries of Judaea and Samaria except the apostles.
World English Bible (WEB) Saul was consenting to his death. A great persecution arose against the assembly which was in Jerusalem in that day. They were all scattered abroad throughout the regions of Judea and Samaria, except for the apostles.
Young's Literal Translation (YLT) And Saul was assenting to his death, and there came in that day a great persecution upon the assembly in Jerusalem, all also were scattered abroad in the regions of Judea and Samaria, except the apostles;
Cross Reference Exodus 10:28 in Oriya 28 ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”
Nehemiah 6:3 in Oriya 3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି ?
Daniel 3:16 in Oriya 16 ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
Daniel 6:10 in Oriya 10 ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Daniel 6:23 in Oriya 23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।
Matthew 5:13 in Oriya 13 ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।
Matthew 10:25 in Oriya 25 ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।
Matthew 22:6 in Oriya 6 ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Luke 11:49 in Oriya 49 ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
John 4:39 in Oriya 39 ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।
John 15:20 in Oriya 20 ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।
John 16:2 in Oriya 2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
Acts 1:8 in Oriya 8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Acts 2:47 in Oriya 47 ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।
Acts 5:18 in Oriya 18 ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ।
Acts 5:20 in Oriya 20 “ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।”
Acts 5:33 in Oriya 33 ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।
Acts 5:40 in Oriya 40 ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ।
Acts 7:38 in Oriya 38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।
Acts 7:54 in Oriya 54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।
Acts 7:58 in Oriya 58 ପୁଣି, ସେମାନେ ତାହାଙ୍କ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।
Acts 8:4 in Oriya 4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।
Acts 8:14 in Oriya 14 ଶମିରୋଣର ଲୋକମାନେ ଯେ ଇଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।
Acts 9:31 in Oriya 31 ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
Acts 11:19 in Oriya 19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।
Acts 13:1 in Oriya 1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
Acts 22:20 in Oriya 20 ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।
Philippians 1:12 in Oriya 12 ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
Hebrews 11:27 in Oriya 27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ।