Acts 8:39 in Oriya 39 ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।
Other Translations King James Version (KJV) And when they were come up out of the water, the Spirit of the Lord caught away Philip, that the eunuch saw him no more: and he went on his way rejoicing.
American Standard Version (ASV) And when they came up out of the water, the Spirit of the Lord caught away Philip; and the eunuch saw him no more, for he went on his way rejoicing.
Bible in Basic English (BBE) And when they came up out of the water, the Spirit of the Lord took Philip away; and the Ethiopian saw him no more, for he went on his way full of joy.
Darby English Bible (DBY) But when they came up out of the water [the] Spirit of [the] Lord caught away Philip, and the eunuch saw him no longer, for he went on his way rejoicing.
World English Bible (WEB) When they came up out of the water, the Spirit of the Lord caught Philip away, and the eunuch didn't see him any more, for he went on his way rejoicing.
Young's Literal Translation (YLT) and when they came up out of the water, the Spirit of the Lord caught away Philip, and the eunuch saw him no more, for he was going on his way rejoicing;
Cross Reference 1 Kings 18:12 in Oriya 12 ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
2 Kings 2:16 in Oriya 16 ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ୍ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଉର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”
Psalm 119:14 in Oriya 14 ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ ବାକ୍ୟରୂପ ପଥରେ ଆମୋଦ କରିଅଛି।
Psalm 119:111 in Oriya 111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋ' ଚିତ୍ତର ଆହ୍ଲାଦଜନକ।
Isaiah 35:1 in Oriya 1 ପ୍ରାନ୍ତର ଓ ନିଷଦ୍ଦ ସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
Isaiah 55:12 in Oriya 12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
Isaiah 61:10 in Oriya 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Isaiah 66:13 in Oriya 13 ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।”
Ezekiel 3:12 in Oriya 12 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।
Ezekiel 8:3 in Oriya 3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ' ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।
Ezekiel 11:1 in Oriya 1 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସ୍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି।
Ezekiel 11:24 in Oriya 24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋ' ନିକଟରୁ ଊର୍ଦ୍ଧ୍ୱଗମନ କଲା।
Ezekiel 43:5 in Oriya 5 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
Matthew 3:16 in Oriya 16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଇଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
Matthew 13:44 in Oriya 44 ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।
Mark 1:10 in Oriya 10 ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,
Acts 8:8 in Oriya 8 ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।
Acts 13:52 in Oriya 52 ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।
Romans 5:2 in Oriya 2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
Romans 15:10 in Oriya 10 ପୁନଶ୍ଚ ସେ କହନ୍ତି, ହେ ଅଣଯିହୂଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର।
2 Corinthians 12:2 in Oriya 2 ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ୱର ଜାଣନ୍ତି)।
Philippians 3:3 in Oriya 3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଇଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
James 1:9 in Oriya 9 ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
James 4:16 in Oriya 16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।