Acts 9:11 in Oriya 11 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
Other Translations King James Version (KJV) And the Lord said unto him, Arise, and go into the street which is called Straight, and enquire in the house of Judas for one called Saul, of Tarsus: for, behold, he prayeth,
American Standard Version (ASV) And the Lord `said' unto him, Arise, and go to the street which is called Straight, and inquire in the house of Judas for one named Saul, a man of Tarsus: for behold, he prayeth;
Bible in Basic English (BBE) And the Lord said to him, Get up, and go to the street which is named Straight, and make search at the house of Judas for one named Saul of Tarsus: for he is at prayer;
Darby English Bible (DBY) And the Lord [said] to him, Rise up and go into the street which is called Straight, and seek in the house of Judas one by name Saul, [he is] of Tarsus: for, behold, he is praying,
World English Bible (WEB) The Lord said to him, "Arise, and go to the street which is called Straight, and inquire in the house of Judas for one named Saul, a man of Tarsus. For behold, he is praying,
Young's Literal Translation (YLT) and the Lord `saith' unto him, `Having risen, go on unto the street that is called Straight, and seek in the house of Judas, `one' by name Saul of Tarsus, for, lo, he doth pray,
Cross Reference Deuteronomy 4:29 in Oriya 29 ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
2 Chronicles 33:12 in Oriya 12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
2 Chronicles 33:18 in Oriya 18 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।
Job 33:18 in Oriya 18 ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ଼୍ଗାଘାତରୁ ଅଟକାଇ ରଖନ୍ତି।
Psalm 32:3 in Oriya 3 ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
Psalm 40:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
Psalm 50:15 in Oriya 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
Psalm 130:1 in Oriya 1 ଆରୋହଣ-ଗୀତ। ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Jonah 2:1 in Oriya 1 ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ।
Zechariah 12:10 in Oriya 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Luke 11:9 in Oriya 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ।
Luke 18:7 in Oriya 7 ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?
Luke 23:42 in Oriya 42 ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
Acts 2:21 in Oriya 21 ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।
Acts 8:22 in Oriya 22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
Acts 8:26 in Oriya 26 ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।
Acts 9:30 in Oriya 30 ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।
Acts 10:5 in Oriya 5 ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;
Acts 11:13 in Oriya 13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
Acts 11:25 in Oriya 25 ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,
Acts 21:39 in Oriya 39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୂଦୀ, ତାର୍ଷ ନଗରର ଲୋକ, କିଲିକିଆର ଏକ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।
Acts 22:3 in Oriya 3 ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଇଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;