Acts 9:15 in Oriya 15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
Other Translations King James Version (KJV) But the Lord said unto him, Go thy way: for he is a chosen vessel unto me, to bear my name before the Gentiles, and kings, and the children of Israel:
American Standard Version (ASV) But the Lord said unto him, Go thy way: for he is a chosen vessel unto me, to bear my name before the Gentiles and kings, and the children of Israel:
Bible in Basic English (BBE) But the Lord said, Go without fear: for he is a special vessel for me, to give to the Gentiles and kings and to the children of Israel the knowledge of my name:
Darby English Bible (DBY) And the Lord said to him, Go, for this [man] is an elect vessel to me, to bear my name before both nations and kings and [the] sons of Israel:
World English Bible (WEB) But the Lord said to him, "Go your way, for he is my chosen vessel to bear my name before the nations and kings, and the children of Israel.
Young's Literal Translation (YLT) And the Lord said unto him, `Be going on, because a choice vessel to Me is this one, to bear My name before nations and kings -- the sons also of Israel;
Cross Reference Exodus 4:12 in Oriya 12 ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
Jeremiah 1:5 in Oriya 5 “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
Jeremiah 1:7 in Oriya 7 ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
Jonah 3:1 in Oriya 1 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
Matthew 10:18 in Oriya 18 ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୂଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।
John 15:16 in Oriya 16 ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Acts 21:19 in Oriya 19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
Acts 22:21 in Oriya 21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ।
Acts 25:22 in Oriya 22 ସେଥିରେ ଆଗ୍ରିପ୍ପା ଫେଷ୍ଟସଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ।
Acts 26:17 in Oriya 17 ସ୍ୱଜାତି ଓ ଅଣଯିହୂଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଇଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
Acts 26:32 in Oriya 32 ଆଉ ଆଗ୍ରିପ୍ପା ଫେଷ୍ଟସଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।
Acts 27:24 in Oriya 24 ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି।
Acts 28:17 in Oriya 17 ତିନି ଦିନ ପରେ ସେ ଯିହୂଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି।
Romans 1:5 in Oriya 5 ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
Romans 1:13 in Oriya 13 ହେ ଭାଇମାନେ, ଅବଶିଷ୍ଟ ଅଣଯିହୂଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
Romans 9:21 in Oriya 21 କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ ?
Romans 11:13 in Oriya 13 କିନ୍ତୁ ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୂଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋ' ସେବକପଦର ଗୌରବ କରୁଅଛି,
Romans 15:15 in Oriya 15 ତଥାପି ମୋତେ ଇଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।
1 Corinthians 15:10 in Oriya 10 କିନ୍ତୁ ମୁଁ ଯାହା ହୋଇଅଛି, ତାହା ଇଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଇଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
Galatians 1:1 in Oriya 1 ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,
Galatians 1:15 in Oriya 15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
Galatians 2:7 in Oriya 7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
Ephesians 3:7 in Oriya 7 ଇଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
Colossians 1:25 in Oriya 25 ଈଶ୍ୱର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଇଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।
1 Timothy 2:7 in Oriya 7 ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।
2 Timothy 1:11 in Oriya 11 ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି
2 Timothy 2:4 in Oriya 4 କୌଣସି ଲୋକ ସୖେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୖେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ।
2 Timothy 2:20 in Oriya 20 ଗୋଟିଏ ବଡ଼ ଘରେ (ଧନୀ) ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ।
2 Timothy 4:16 in Oriya 16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।