Acts 9:36 in Oriya 36 ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ।
Other Translations King James Version (KJV) Now there was at Joppa a certain disciple named Tabitha, which by interpretation is called Dorcas: this woman was full of good works and almsdeeds which she did.
American Standard Version (ASV) Now there was at Joppa a certain disciple named Tabitha, which by interpretation is called Dorcas: this woman was full of good works and almsdeeds which she did.
Bible in Basic English (BBE) Now there was at Joppa a certain disciple named Tabitha, that is, Dorcas: this woman was given to good works and acts of mercy at all times.
Darby English Bible (DBY) And in Joppa there was a certain female disciple, by name Tabitha, which being interpreted means Dorcas. She was full of good works and alms-deeds which she did.
World English Bible (WEB) Now there was at Joppa a certain disciple named Tabitha, which when translated, means Dorcas.{"Dorcas" is Greek for "Gazelle."} This woman was full of good works and acts of mercy which she did.
Young's Literal Translation (YLT) And in Joppa there was a certain female disciple, by name Tabitha, (which interpreted, is called Dorcas,) this woman was full of good works and kind acts that she was doing;
Cross Reference Joshua 19:46 in Oriya 46 ଓ ମେୟକୋନ୍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ।
2 Chronicles 2:16 in Oriya 16 ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନ୍ରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇ ଯିବେ।
Ezra 3:7 in Oriya 7 ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନ୍ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟ-ଦ୍ରବ୍ୟ ଓ ତୈଳ ଦେଲେ।
Proverbs 5:19 in Oriya 19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
Song of Solomon 2:9 in Oriya 9 ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
Song of Solomon 3:5 in Oriya 5 ହେ ଯିରୁଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।
Song of Solomon 8:14 in Oriya 14 ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।
Jonah 1:3 in Oriya 3 ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
John 15:5 in Oriya 5 ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋ'ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋ' ବିନା ତୁମ୍ଭେମାନେ କିଛି କରି ପାର ନାହିଁ।
John 15:8 in Oriya 8 ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।
Acts 10:4 in Oriya 4 ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କ'ଣ ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଇଶ୍ବରଙ୍କ ଛାମୁରେ ଉଠିଅଛି।
Acts 10:31 in Oriya 31 ପୁଣି, ତୁମ୍ଭର ଦାନସବୁ ଇଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।
Ephesians 2:10 in Oriya 10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।
Philippians 1:11 in Oriya 11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
Colossians 1:10 in Oriya 10 ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଇଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ
1 Thessalonians 4:10 in Oriya 10 ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କରିବା ନିମନ୍ତେ ଉତ୍ସାହ ଦେଉଅଛୁ,
1 Timothy 2:9 in Oriya 9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
1 Timothy 5:10 in Oriya 10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
Titus 2:7 in Oriya 7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Titus 3:8 in Oriya 8 ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।
Hebrews 13:21 in Oriya 21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
James 1:27 in Oriya 27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।