Amos 1:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେସକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
Other Translations King James Version (KJV) Thus saith the LORD; For three transgressions of Damascus, and for four, I will not turn away the punishment thereof; because they have threshed Gilead with threshing instruments of iron:
American Standard Version (ASV) Thus saith Jehovah: For three transgressions of Damascus, yea, for four, I will not turn away the punishment thereof; because they have threshed Gilead with threshing instruments of iron:
Bible in Basic English (BBE) These are the words of the Lord: For three crimes of Damascus, and for four, I will not let its fate be changed; because they have been crushing Gilead with iron grain-crushing instruments.
Darby English Bible (DBY) Thus saith Jehovah: For three transgressions of Damascus, and for four, I will not revoke [my sentence], because they have threshed Gilead with threshing instruments of iron.
World English Bible (WEB) Thus says Yahweh: "For three transgressions of Damascus, yes, for four, I will not turn away its punishment; Because they have threshed Gilead with threshing instruments of iron;
Young's Literal Translation (YLT) And thus said Jehovah: For three transgressions of Damascus, And for four, I do not reverse it, Because of their threshing Gilead with sharp-pointed irons,
Cross Reference 1 Kings 19:17 in Oriya 17 ତହିଁରେ ଯେଉଁ ଲୋକ ହସାୟେଲର ଖଡ଼୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ଼୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।
2 Kings 8:12 in Oriya 12 ତହିଁରେ ହସାୟେଲ ପଚାରିଲା, “ମୋ' ପ୍ରଭୁ କାହିଁକି ରୋଦନ କରୁଅଛନ୍ତି ?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”
2 Kings 10:32 in Oriya 32 ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;
2 Kings 13:3 in Oriya 3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
2 Kings 13:7 in Oriya 7 ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
Job 5:19 in Oriya 19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
Job 19:3 in Oriya 3 ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋ' ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।
Proverbs 6:16 in Oriya 16 ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
Ecclesiastes 11:2 in Oriya 2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।
Isaiah 7:8 in Oriya 8 କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
Isaiah 8:4 in Oriya 4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦାମାସ୍କସ୍ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
Isaiah 17:1 in Oriya 1 ଦାମାସ୍କସ୍ (ଦମ୍ମେଶକ) ବିଷୟକ ଭାବବାଣୀ। ଦେଖ, ଦାମାସ୍କସ୍ (ଦମ୍ମେଶକ) ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।
Isaiah 41:15 in Oriya 15 “ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ-ମର୍ଦ୍ଦନ-ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ଭୂଷି ତୁଲ୍ୟ କରିବ।
Jeremiah 49:23 in Oriya 23 ଦମ୍ମେସକର ବିଷୟ। “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍ବେଗ ଦେଖା ଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
Amos 1:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ।
Amos 1:9 in Oriya 9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
Amos 1:11 in Oriya 11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
Amos 1:13 in Oriya 13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
Amos 2:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
Amos 2:4 in Oriya 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Amos 2:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Zechariah 9:1 in Oriya 1 ହଦ୍ରକ୍ ଦେଶ ପ୍ରତି ଓ ଦାମାସ୍କସ୍ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି।