Amos 2:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
Other Translations King James Version (KJV) Thus saith the LORD; For three transgressions of Moab, and for four, I will not turn away the punishment thereof; because he burned the bones of the king of Edom into lime:
American Standard Version (ASV) Thus saith Jehovah: For three transgressions of Moab, yea, for four, I will not turn away the punishment thereof; because he burned the bones of the king of Edom into lime:
Bible in Basic English (BBE) These are the words of the Lord: For three crimes of Moab, and for four, I will not let its fate be changed; because he had the bones of the king of Edom burned to dust.
Darby English Bible (DBY) Thus saith Jehovah: For three transgressions of Moab, and for four, I will not revoke its sentence; because he burned the bones of the king of Edom into lime.
World English Bible (WEB) Thus says Yahweh: "For three transgressions of Moab, yes, for four, I will not turn away its punishment; Because he burned the bones of the king of Edom into lime;
Young's Literal Translation (YLT) Thus said Jehovah: For three transgressions of Moab, And for four, I do not reverse it, Because of his burning the bones of the king of Edom to lime,
Cross Reference Numbers 22:1 in Oriya 1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
Deuteronomy 23:4 in Oriya 4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ।
2 Kings 3:9 in Oriya 9 ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।
2 Kings 3:26 in Oriya 26 ସେ ସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ଼୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।
Psalm 83:4 in Oriya 4 ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
Proverbs 15:3 in Oriya 3 ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
Isaiah 11:14 in Oriya 14 ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନ-ସନ୍ତାନଗଣ ସେମାନଙ୍କର ଆଜ୍ଞାବହ ହେବେ।
Isaiah 15:1 in Oriya 1 ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
Isaiah 25:10 in Oriya 10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।
Jeremiah 48:1 in Oriya 1 ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।
Ezekiel 25:8 in Oriya 8 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, “ଦେଖ, ଯିହୂଦା-ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,”
Amos 1:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେସକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
Amos 1:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ।
Amos 1:9 in Oriya 9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
Amos 1:11 in Oriya 11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
Amos 1:13 in Oriya 13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
Amos 2:4 in Oriya 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Amos 2:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Micah 6:5 in Oriya 5 ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।
Zephaniah 2:8 in Oriya 8 ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।