Amos 2:10 in Oriya 10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
Other Translations King James Version (KJV) Also I brought you up from the land of Egypt, and led you forty years through the wilderness, to possess the land of the Amorite.
American Standard Version (ASV) Also I brought you up out of the land of Egypt, and led you forty years in the wilderness, to possess the land of the Amorite.
Bible in Basic English (BBE) And I took you up out of the land of Egypt, guiding you for forty years in the waste land, so that you might take for your heritage the land of the Amorite.
Darby English Bible (DBY) And I brought you up from the land of Egypt, and led you forty years in the wilderness, to possess the land of the Amorite.
World English Bible (WEB) Also I brought you up out of the land of Egypt, And led you forty years in the wilderness, To possess the land of the Amorite.
Young's Literal Translation (YLT) And I -- I have brought you up from the land of Egypt, And cause you to go in a wilderness forty years, To possess the land of the Amorite.
Cross Reference Exodus 3:8 in Oriya 8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା'ନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।
Exodus 12:51 in Oriya 51 ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟ-ଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।
Exodus 20:2 in Oriya 2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”
Numbers 14:31 in Oriya 31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।
Deuteronomy 1:20 in Oriya 20 ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।
Deuteronomy 1:39 in Oriya 39 ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।
Deuteronomy 2:7 in Oriya 7 କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।'”
Deuteronomy 8:2 in Oriya 2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
Nehemiah 9:8 in Oriya 8 ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
Nehemiah 9:21 in Oriya 21 ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।
Psalm 95:10 in Oriya 10 ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;
Psalm 105:42 in Oriya 42 କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ।
Psalm 136:10 in Oriya 10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Jeremiah 32:20 in Oriya 20 ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
Ezekiel 20:10 in Oriya 10 ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।
Amos 3:1 in Oriya 1 ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,
Amos 9:7 in Oriya 7 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର୍ ଦେଶରୁ ଓ ଅରାମୀୟମାନଙ୍କୁ କୀର୍ ଦେଶରୁ ଆଣି ନାହୁଁ ?
Micah 6:4 in Oriya 4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
Acts 7:42 in Oriya 42 କିନ୍ତୁ ଈଶ୍ୱର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?
Acts 13:18 in Oriya 18 ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,