Amos 4:10 in Oriya 10 “ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Other Translations King James Version (KJV) I have sent among you the pestilence after the manner of Egypt: your young men have I slain with the sword, and have taken away your horses; and I have made the stink of your camps to come up unto your nostrils: yet have ye not returned unto me, saith the LORD.
American Standard Version (ASV) I have sent among you the pestilence after the manner of Egypt: your young men have I slain with the sword, and have carried away your horses; and I have made the stench of your camp to come up even into your nostrils: yet have ye not returned unto me, saith Jehovah.
Bible in Basic English (BBE) I have sent disease among you, as it was in Egypt: I have put your young men to the sword, and have taken away your horses; I have made the evil smell from your tents come up to your noses: and still you have not come back to me, says the Lord.
Darby English Bible (DBY) I have sent among you the pestilence after the manner of Egypt: your young men have I slain with the sword, taking away captive your horses; and I made the stench of your camps to come up, even into your nostrils: yet have ye not returned unto me, saith Jehovah.
World English Bible (WEB) I sent plagues among you like I did Egypt. I have slain your young men with the sword, And have carried away your horses; And I filled your nostrils with the stench of your camp Yet you haven't returned to me," says Yahweh.
Young's Literal Translation (YLT) I have sent among you pestilence by the way of Egypt, I have slain by sword your choice ones, With your captive horses, And I cause the stink of your camps to come up -- even into your nostrils, And ye have not turned back unto Me, An affirmation of Jehovah.
Cross Reference Exodus 8:19 in Oriya 19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Exodus 9:3 in Oriya 3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।
Exodus 9:12 in Oriya 12 ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
Exodus 9:17 in Oriya 17 ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ?
Exodus 9:34 in Oriya 34 ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
Exodus 10:3 in Oriya 3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Exodus 10:27 in Oriya 27 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।
Exodus 12:29 in Oriya 29 ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।
Exodus 14:4 in Oriya 4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
Exodus 15:26 in Oriya 26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
Leviticus 26:16 in Oriya 16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
Leviticus 26:25 in Oriya 25 ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
Deuteronomy 7:15 in Oriya 15 ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁ ସବୁ ମିସ୍ରୀୟ ମନ୍ଦ-ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।
Deuteronomy 28:22 in Oriya 22 ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଅନାବୃଷ୍ଟି ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍ଗାମୀ ହେବେ।
Deuteronomy 28:26 in Oriya 26 ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।
Deuteronomy 28:60 in Oriya 60 ପୁଣି ତୁମ୍ଭେ ଯେଉଁ ମିସ୍ରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ।
2 Kings 8:12 in Oriya 12 ତହିଁରେ ହସାୟେଲ ପଚାରିଲା, “ମୋ' ପ୍ରଭୁ କାହିଁକି ରୋଦନ କରୁଅଛନ୍ତି ?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”
2 Kings 10:32 in Oriya 32 ସେସମୟରେ ସଦାପ୍ରଭୁ ଇସ୍ରାଏଲକୁ ଊଣା କରିବାକୁ ଲାଗିଲେ; ପୁଣି ହସାୟେଲ ଇସ୍ରାଏଲର ସମସ୍ତ ସୀମାରେ ସେମାନଙ୍କୁ ଆଘାତ କଲା;
2 Kings 13:3 in Oriya 3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
2 Kings 13:7 in Oriya 7 ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
Psalm 78:49 in Oriya 49 ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
Isaiah 9:13 in Oriya 13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।
Jeremiah 6:11 in Oriya 11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।
Jeremiah 8:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।
Jeremiah 9:22 in Oriya 22 କୁହ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।”
Jeremiah 11:22 in Oriya 22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;
Jeremiah 15:3 in Oriya 3 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।
Jeremiah 16:4 in Oriya 4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।”
Jeremiah 18:21 in Oriya 21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Jeremiah 48:15 in Oriya 15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି।
Joel 2:20 in Oriya 20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।”
Amos 4:6 in Oriya 6 “ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Amos 8:3 in Oriya 3 ପୁଣି, ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି; “ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”