Amos 4:13 in Oriya 13 କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି।” ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
Other Translations King James Version (KJV) For, lo, he that formeth the mountains, and createth the wind, and declareth unto man what is his thought, that maketh the morning darkness, and treadeth upon the high places of the earth, The LORD, The God of hosts, is his name.
American Standard Version (ASV) For, lo, he that formeth the mountains, and createth the wind, and declareth unto man what is his thought; that maketh the morning darkness, and treadeth upon the high places of the Earth-jehovah, the God of hosts, is his name.
Bible in Basic English (BBE) For see, he who gave form to the mountains and made the wind, giving knowledge of his purpose to man, who makes the morning dark, and is walking on the high places of the earth: the Lord, the God of armies, is his name.
Darby English Bible (DBY) For behold, he who formeth the mountains, and createth the wind, and declareth unto man what is his thought, who maketh the morning darkness, and treadeth upon the high places of the earth, -- Jehovah, the God of hosts, is his name.
World English Bible (WEB) For, behold, he who forms the mountains, And creates the wind, And declares to man what is his thought; Who makes the morning darkness, And treads on the high places of the Earth: Yahweh, the God of hosts, is his name."
Young's Literal Translation (YLT) For, lo, the former of mountains, and creator of wind, And the declarer to man what `is' His thought, He is making dawn obscurity, And is treading on high places of earth, Jehovah, God of Hosts, `is' His name!
Cross Reference Exodus 10:22 in Oriya 22 ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରଙ୍କୁ ଦେଖି ପାରିଲା ନାହିଁ।
Exodus 14:20 in Oriya 20 ସେହି ମେଘସ୍ତମ୍ଭ ମିସ୍ରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
Deuteronomy 32:13 in Oriya 13 ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;
Deuteronomy 33:29 in Oriya 29 ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ଼୍ଗ ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।”
Job 38:4 in Oriya 4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ ? ବୁଦ୍ଧି ଥିଲେ, ବୁଝାଇ ଦିଅ।
Psalm 65:6 in Oriya 6 ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
Psalm 135:7 in Oriya 7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Psalm 139:2 in Oriya 2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ।
Psalm 147:18 in Oriya 18 ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।
Isaiah 5:30 in Oriya 30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।
Isaiah 40:12 in Oriya 12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି ?
Isaiah 47:4 in Oriya 4 ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।
Isaiah 48:2 in Oriya 2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Jeremiah 10:13 in Oriya 13 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Jeremiah 10:16 in Oriya 16 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Jeremiah 13:16 in Oriya 16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Jeremiah 51:16 in Oriya 16 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାର ସମୂହରୁ ବାୟୁ ବାହାର କରି ଆଣନ୍ତି।
Jeremiah 51:19 in Oriya 19 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Daniel 2:28 in Oriya 28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
Amos 3:13 in Oriya 13 ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।
Amos 5:8 in Oriya 8 ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର।” ସଦାପ୍ରଭୁ ତାହାଙ୍କର ନାମ।
Amos 5:27 in Oriya 27 ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେସକର ଅପର ପାରିକୁ ଗମନ କରାଇବା।” ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
Amos 6:8 in Oriya 8 ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”
Amos 8:9 in Oriya 9 ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
Amos 9:6 in Oriya 6 ଯେ ଆକାଶରେ ଆପଣା କୋଠରୀ ଶ୍ରେଣୀ ନିର୍ମାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ।
Micah 1:3 in Oriya 3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
Habakkuk 3:19 in Oriya 19 ପ୍ରଭୁ ସଦାପ୍ରଭୁ ମୋର ବଳସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।
Zechariah 12:1 in Oriya 1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
Matthew 9:4 in Oriya 4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ ?
Luke 7:39 in Oriya 39 ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।
John 2:25 in Oriya 25 ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କ'ଣ ଅଛି, ତାହା ସେ ଆପେ ଜାଣୁଥିଲେ।
John 3:8 in Oriya 8 ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।