Amos 5:12 in Oriya 12 କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।
Other Translations King James Version (KJV) For I know your manifold transgressions and your mighty sins: they afflict the just, they take a bribe, and they turn aside the poor in the gate from their right.
American Standard Version (ASV) For I know how manifold are your transgressions, and how mighty are your sins-ye that afflict the just, that take a bribe, and that turn aside the needy in the gate `from their right'.
Bible in Basic English (BBE) For I have seen how your evil-doing is increased and how strong are your sins, you troublers of the upright, who take rewards and do wrong to the cause of the poor in the public place.
Darby English Bible (DBY) For I know how manifold are your transgressions and your sins mighty: they afflict the just, they take a bribe, and they turn aside [the right of] the needy in the gate.
World English Bible (WEB) For I know how many your offenses, And how great are your sins-- You who afflict the just, Who take a bribe, And who turn aside the needy in the courts.
Young's Literal Translation (YLT) For I have known -- many `are' your transgressions, And mighty your sins, Adversaries of the righteous, taking ransoms, And the needy in the gate ye turned aside.
Cross Reference Deuteronomy 16:18 in Oriya 18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।
Deuteronomy 31:21 in Oriya 21 ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।
Ruth 4:1 in Oriya 1 ଏଥିଉତ୍ତାରୁ ବୋୟଜ ନଗର ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।
1 Samuel 8:3 in Oriya 3 ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
2 Kings 17:7 in Oriya 7 ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
Job 29:7 in Oriya 7 ମୁଁ ନଗର-ଦ୍ୱାରକୁ ଯାଇ ଛକ-ସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
Job 31:21 in Oriya 21 ମୁଁ ନଗର-ଦ୍ୱାରରେ ନିଜ ଉପକାରୀକି ଦେଖି ଯେବେ ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
Psalm 26:9 in Oriya 9 ପାପୀମାନଙ୍କ ସଙ୍ଗେ ମୋ' ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋ' ଜୀବନକୁ ସଂଗ୍ରହ କର ନାହିଁ।
Proverbs 22:22 in Oriya 22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Isaiah 5:23 in Oriya 23 ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 10:2 in Oriya 2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।
Isaiah 29:21 in Oriya 21 ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।
Isaiah 33:15 in Oriya 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Isaiah 47:9 in Oriya 9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
Isaiah 66:18 in Oriya 18 “କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
Jeremiah 29:23 in Oriya 23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,'” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।”
Lamentations 3:34 in Oriya 34 ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,
Amos 2:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Amos 2:16 in Oriya 16 ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ।” ଏହା ସଦାପ୍ରଭୁ କହନ୍ତି।
Amos 5:10 in Oriya 10 ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Acts 3:13 in Oriya 13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Hebrews 4:12 in Oriya 12 କାରଣ ଇଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
James 5:4 in Oriya 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।
James 5:6 in Oriya 6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।