Amos 5:15 in Oriya 15 ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର ଦ୍ୱାରରେ ନ୍ୟାୟ ବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।
Other Translations King James Version (KJV) Hate the evil, and love the good, and establish judgment in the gate: it may be that the LORD God of hosts will be gracious unto the remnant of Joseph.
American Standard Version (ASV) Hate the evil, and love the good, and establish justice in the gate: it may be that Jehovah, the God of hosts, will be gracious unto the remnant of Joseph.
Bible in Basic English (BBE) Be haters of evil and lovers of good, and let right be done in the public place: it may be that the Lord, the God of armies, will have mercy on the rest of Joseph.
Darby English Bible (DBY) Hate evil, and love good, and establish judgment in the gate: it may be that Jehovah, the God of hosts, will be gracious unto the remnant of Joseph.
World English Bible (WEB) Hate evil, love good, And establish justice in the courts. It may be that Yahweh, the God of hosts, will be gracious to the remnant of Joseph."
Young's Literal Translation (YLT) Hate evil, and love good, And set up judgment in the gate, It may be Jehovah, God of Hosts, doth pity the remnant of Joseph.
Cross Reference Exodus 32:30 in Oriya 30 ତହିଁ ପର ଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”
2 Samuel 16:12 in Oriya 12 ହୋଇପାରେ, ମୋ' ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”
1 Kings 20:31 in Oriya 31 ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”
2 Kings 13:7 in Oriya 7 ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।
2 Kings 14:26 in Oriya 26 କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
2 Kings 15:29 in Oriya 29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବୈଥ୍ମାଖା ଓ ଯାନୋହ ଓ କେଦଶ ଓ ହାତ୍ସୋର ଓ ଗିଲୀୟଦ୍ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
2 Kings 19:4 in Oriya 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
2 Chronicles 19:6 in Oriya 6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
Psalm 34:14 in Oriya 14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
Psalm 36:4 in Oriya 4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
Psalm 37:27 in Oriya 27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
Psalm 82:2 in Oriya 2 ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? ସେଲା
Psalm 97:10 in Oriya 10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
Psalm 119:104 in Oriya 104 ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
Psalm 139:21 in Oriya 21 ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ'ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ'ଣ ବିରକ୍ତ ହେଉ ନାହିଁ ?
Jeremiah 7:5 in Oriya 5 କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;
Jeremiah 31:7 in Oriya 7 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।'
Joel 2:14 in Oriya 14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ।
Amos 5:6 in Oriya 6 ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବୈଥେଲରେ କେହି ନ ଥିବ।
Amos 5:10 in Oriya 10 ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।
Amos 5:24 in Oriya 24 ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।
Amos 6:12 in Oriya 12 ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ ? କେହି ବଳଦ ନେଇ କି ସେଠାରେ ଚାଷ କରିବ ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;
Jonah 3:9 in Oriya 9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”
Micah 2:12 in Oriya 12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
Micah 5:3 in Oriya 3 ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।
Micah 5:7 in Oriya 7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
Romans 7:15 in Oriya 15 କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ।
Romans 7:22 in Oriya 22 କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଇଶ୍ବରଙ୍କ ମୋଶାଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
Romans 8:7 in Oriya 7 ଯେଣୁ ଶାରୀରିକ ମନ ଇଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଇଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
Romans 12:9 in Oriya 9 ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
1 Thessalonians 5:21 in Oriya 21 ବରଂ ସମସ୍ତ ବିଷୟ ପରୀକ୍ଷା କର;
3 John 1:11 in Oriya 11 ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ୱରଙ୍କୁ ଦର୍ଶନ କରି ନାହିଁ।