Amos 5:2 in Oriya 2 ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।
Other Translations King James Version (KJV) The virgin of Israel is fallen; she shall no more rise: she is forsaken upon her land; there is none to raise her up.
American Standard Version (ASV) The virgin of Israel is fallen; she shall no more rise: she is cast down upon her land; there is none to raise her up.
Bible in Basic English (BBE) The virgin of Israel has been made low, never again to be lifted up: she is stretched out by herself on her land; there is no one to put her on her feet again.
Darby English Bible (DBY) The virgin of Israel is fallen; she shall no more arise: she is cast down upon her land; there is none to raise her up.
World English Bible (WEB) "The virgin of Israel has fallen; She shall rise no more. She is cast down on her land; There is no one to raise her up."
Young's Literal Translation (YLT) `Fallen, not again to rise, hath the virgin of Israel, Left on her land -- she hath no raiser up.'
Cross Reference 2 Kings 15:29 in Oriya 29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବୈଥ୍ମାଖା ଓ ଯାନୋହ ଓ କେଦଶ ଓ ହାତ୍ସୋର ଓ ଗିଲୀୟଦ୍ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
2 Kings 17:16 in Oriya 16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।
Isaiah 3:8 in Oriya 8 ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
Isaiah 14:21 in Oriya 21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପିତୃପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।
Isaiah 24:20 in Oriya 20 ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।
Isaiah 37:22 in Oriya 22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।
Isaiah 43:17 in Oriya 17 ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯା'ନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;
Isaiah 51:17 in Oriya 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Jeremiah 2:27 in Oriya 27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”
Jeremiah 4:20 in Oriya 20 ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।
Jeremiah 14:17 in Oriya 17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
Jeremiah 18:13 in Oriya 13 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।
Jeremiah 30:12 in Oriya 12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘା' ବ୍ୟଥାଜନକ।
Jeremiah 31:4 in Oriya 4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
Jeremiah 50:32 in Oriya 32 ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”
Jeremiah 51:64 in Oriya 64 ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।' ଯିରିମୀୟଙ୍କ ବାକ୍ୟ ଏତିକି।”
Lamentations 1:16 in Oriya 16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ' ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ'ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।
Lamentations 2:13 in Oriya 13 ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ଵନା ଦେବି ? ମୁଁ କାହା ସହିତ ତୁମ୍ଭର ଉପମା ଦେବି ? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି ? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ ?
Ezekiel 16:36 in Oriya 36 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
Hosea 6:2 in Oriya 2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
Hosea 14:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
Amos 7:2 in Oriya 2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର ! ଯାକୁବ କିପରି ଠିଆ ହେବ ? କାରଣ ସେ ସାନ।”
Amos 8:14 in Oriya 14 ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍ଶେବାର ପଥ ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”
Amos 9:11 in Oriya 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;