Amos 5:6 in Oriya 6 ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବୈଥେଲରେ କେହି ନ ଥିବ।
Other Translations King James Version (KJV) Seek the LORD, and ye shall live; lest he break out like fire in the house of Joseph, and devour it, and there be none to quench it in Bethel.
American Standard Version (ASV) Seek Jehovah, and ye shall live; lest he break out like fire in the house of Joseph, and it devour, and there be none to quench it in Beth-el.
Bible in Basic English (BBE) Go to the Lord for help so that you may have life; for fear that he may come like fire bursting out in the family of Joseph, causing destruction, and there will be no one to put it out in Beth-el.
Darby English Bible (DBY) Seek Jehovah, and ye shall live; lest he break out like fire in the house of Joseph, and devour [it], and there be none to quench [it] in Bethel.
World English Bible (WEB) Seek Yahweh, and you will live; Lest he break out like fire in the house of Joseph, And it devour, and there be no one to quench it in Bethel.
Young's Literal Translation (YLT) Seek ye Jehovah, and live, Lest He prosper as fire `against' the house of Joseph, And it hath consumed, And there is no quencher for Beth-El.
Cross Reference Genesis 48:8 in Oriya 8 ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ ?”
Exodus 22:6 in Oriya 6 ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
Deuteronomy 4:24 in Oriya 24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Joshua 18:5 in Oriya 5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ।
Judges 1:22 in Oriya 22 ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବୈଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
2 Samuel 19:20 in Oriya 20 କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋ' ପ୍ରଭୁ ମହାରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲି।”
1 Kings 11:28 in Oriya 28 ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।
Isaiah 1:31 in Oriya 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 4:4 in Oriya 4 ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।
Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Ezekiel 20:47 in Oriya 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Ezekiel 33:11 in Oriya 11 ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?
Ezekiel 37:19 in Oriya 19 ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବା ଯୋଷେଫର ଯଷ୍ଟି, ପୁଣି, ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍, ଯିହୂଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ।
Amos 5:4 in Oriya 4 କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।
Amos 5:14 in Oriya 14 ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Amos 6:6 in Oriya 6 ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।
Zechariah 10:6 in Oriya 6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ୍ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।