Amos 7:2 in Oriya 2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର ! ଯାକୁବ କିପରି ଠିଆ ହେବ ? କାରଣ ସେ ସାନ।”
Other Translations King James Version (KJV) And it came to pass, that when they had made an end of eating the grass of the land, then I said, O Lord GOD, forgive, I beseech thee: by whom shall Jacob arise? for he is small.
American Standard Version (ASV) And it came to pass that, when they made an end of eating the grass of the land, then I said, O Lord Jehovah, forgive, I beseech thee: how shall Jacob stand? for he is small.
Bible in Basic English (BBE) And it came about that after they had taken all the grass of the land, I said, O Lord God, have mercy: how will Jacob be able to keep his place? for he is small.
Darby English Bible (DBY) And it came to pass, when they had wholly eaten the grass of the land, that I said, O Lord Jehovah, forgive, I beseech thee! How shall Jacob arise? for he is small.
World English Bible (WEB) It happened that, when they made an end of eating the grass of the land, then I said, "Lord Yahweh, forgive, I beg you! How could Jacob stand? For he is small."
Young's Literal Translation (YLT) and it hath come to pass, when it hath finished to consume the herb of the land, that I say: `Lord Jehovah, forgive, I pray Thee, How doth Jacob arise -- for he `is' small?'
Cross Reference Exodus 10:15 in Oriya 15 ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍ ବର୍ଣ୍ଣ କିଛି ମାତ୍ର ରହିଲା ନାହିଁ।
Exodus 32:11 in Oriya 11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?
Exodus 34:9 in Oriya 9 “ପ୍ରଭୁ, ମୁଁ ଯଦି ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
Numbers 14:17 in Oriya 17 ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ, ଯେପରି ତୁମ୍ଭେ କହିଅଛ,
Psalm 12:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ। ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।
Psalm 44:24 in Oriya 24 ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ ?
Isaiah 37:4 in Oriya 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”
Isaiah 51:19 in Oriya 19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ଼୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା ?
Jeremiah 14:7 in Oriya 7 ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Jeremiah 14:20 in Oriya 20 ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Jeremiah 42:2 in Oriya 2 “ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।
Ezekiel 9:8 in Oriya 8 ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ ?”
Ezekiel 11:13 in Oriya 13 ପୁଣି, ମୁଁ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ ?”
Daniel 9:19 in Oriya 19 ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋ'ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।
Amos 7:5 in Oriya 5 ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ ? କାରଣ ସେ ସାନ।”
Zechariah 4:10 in Oriya 10 କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି ? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।
James 5:15 in Oriya 15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
Revelation 9:4 in Oriya 4 ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଇଶ୍ବରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା।