Amos 9:8 in Oriya 8 ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, ଏହା ସଦାପ୍ରଭୁ କହନ୍ତି।”
Other Translations King James Version (KJV) Behold, the eyes of the Lord GOD are upon the sinful kingdom, and I will destroy it from off the face of the earth; saving that I will not utterly destroy the house of Jacob, saith the LORD.
American Standard Version (ASV) Behold, the eyes of the Lord Jehovah are upon the sinful kingdom, and I will destroy it from off the face of the earth; save that I will not utterly destroy the house of Jacob, saith Jehovah.
Bible in Basic English (BBE) See, the eyes of the Lord are on the evil kingdom, and I will put an end to it in all the earth; but I will not send complete destruction on Jacob, says the Lord.
Darby English Bible (DBY) Behold, the eyes of the Lord Jehovah are upon the sinful kingdom, and I will destroy it from off the face of the earth: only that I will not utterly destroy the house of Jacob, saith Jehovah.
World English Bible (WEB) Behold, the eyes of the Lord Yahweh are on the sinful kingdom, and I will destroy it from off the surface of the earth; except that I will not utterly destroy the house of Jacob," says Yahweh.
Young's Literal Translation (YLT) Lo, the eyes of the Lord Jehovah `are' on the sinful kingdom, And I have destroyed it from off the face of the ground, Only, I destroy not utterly the house of Jacob, An affirmation of Jehovah.
Cross Reference Genesis 6:7 in Oriya 7 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
Genesis 7:4 in Oriya 4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
Deuteronomy 4:31 in Oriya 31 ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପସୋରିବେ ନାହିଁ।
Deuteronomy 6:15 in Oriya 15 ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
1 Kings 13:34 in Oriya 34 ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।
Psalm 11:4 in Oriya 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।
Proverbs 5:21 in Oriya 21 ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
Proverbs 15:3 in Oriya 3 ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
Isaiah 27:7 in Oriya 7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି ? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି ?
Jeremiah 5:10 in Oriya 10 ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।
Jeremiah 30:11 in Oriya 11 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।'
Jeremiah 31:35 in Oriya 35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି :
Jeremiah 33:24 in Oriya 24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।' ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
Jeremiah 44:27 in Oriya 27 ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।
Hosea 1:6 in Oriya 6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା (ଅଦୟା ପାତ୍ରୀ) ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
Hosea 9:11 in Oriya 11 ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
Hosea 13:15 in Oriya 15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।
Joel 2:32 in Oriya 32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।”
Amos 9:4 in Oriya 4 ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”
Obadiah 1:16 in Oriya 16 କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ।
Romans 11:1 in Oriya 1 ତେବେ ମୁଁ କହେ, ଈଶ୍ୱର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି ? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।
Romans 11:28 in Oriya 28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଇଶ୍ବରଙ୍କ ପ୍ରିୟପାତ୍ର।