Colossians 1:18 in Oriya 18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
Other Translations King James Version (KJV) And he is the head of the body, the church: who is the beginning, the firstborn from the dead; that in all things he might have the preeminence.
American Standard Version (ASV) And he is the head of the body, the church: who is the beginning, the firstborn from the dead; that in all things he might have the preeminence.
Bible in Basic English (BBE) And he is the head of the body, the church: the starting point of all things, the first to come again from the dead; so that in all things he might have the chief place.
Darby English Bible (DBY) And *he* is the head of the body, the assembly; who is [the] beginning, firstborn from among the dead, that *he* might have the first place in all things:
World English Bible (WEB) He is the head of the body, the assembly, who is the beginning, the firstborn from the dead; that in all things he might have the preeminence.
Young's Literal Translation (YLT) And himself is the head of the body -- the assembly -- who is a beginning, a first-born out of the dead, that he might become in all `things' -- himself -- first,
Cross Reference Psalm 45:2 in Oriya 2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
Psalm 89:27 in Oriya 27 ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।
Song of Solomon 5:10 in Oriya 10 ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
Isaiah 52:13 in Oriya 13 ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ।
Matthew 23:8 in Oriya 8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 1:16 in Oriya 16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ।
John 1:27 in Oriya 27 ସେ ମୋ' ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
John 3:29 in Oriya 29 ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।
John 3:34 in Oriya 34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଇଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।
John 11:25 in Oriya 25 ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
Acts 26:23 in Oriya 23 ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୂଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
1 Corinthians 11:3 in Oriya 3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।
1 Corinthians 15:20 in Oriya 20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
1 Corinthians 15:25 in Oriya 25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
Ephesians 1:10 in Oriya 10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
Ephesians 1:22 in Oriya 22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
Ephesians 4:15 in Oriya 15 କିନ୍ତୁୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;
Ephesians 5:23 in Oriya 23 କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ଵରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
Colossians 1:24 in Oriya 24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
Colossians 2:10 in Oriya 10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।
Hebrews 1:5 in Oriya 5 କାରଣ ଈଶ୍ୱର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ ?”
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 1:8 in Oriya 8 ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ।
Revelation 1:18 in Oriya 18 ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।
Revelation 3:14 in Oriya 14 ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଇଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।
Revelation 21:23 in Oriya 23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଇଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।
Revelation 22:13 in Oriya 13 ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।