Colossians 1:9 in Oriya 9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଇଶ୍ବରଙ୍କ ଅଭିମତ ଜ୍ଞାତ ହୋଇ
Other Translations King James Version (KJV) For this cause we also, since the day we heard it, do not cease to pray for you, and to desire that ye might be filled with the knowledge of his will in all wisdom and spiritual understanding;
American Standard Version (ASV) For this cause we also, since the day we heard `it', do not cease to pray and make request for you, that ye may be filled with the knowledge of his will in all spiritual wisdom and understanding,
Bible in Basic English (BBE) For this reason, we, from the day when we had word of it, keep on in prayer for you, that you may be full of the knowledge of his purpose, with all wisdom and experience of the Spirit,
Darby English Bible (DBY) For this reason *we* also, from the day we heard [of your faith and love], do not cease praying and asking for you, to the end that ye may be filled with the full knowledge of his will, in all wisdom and spiritual understanding,
World English Bible (WEB) For this cause, we also, since the day we heard this, don't cease praying and making requests for you, that you may be filled with the knowledge of his will in all spiritual wisdom and understanding,
Young's Literal Translation (YLT) Because of this, we also, from the day in which we heard, do not cease praying for you, and asking that ye may be filled with the full knowledge of His will in all wisdom and spiritual understanding,
Cross Reference 1 Samuel 12:23 in Oriya 23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
Psalm 119:99 in Oriya 99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋ' ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
Psalm 143:10 in Oriya 10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
John 7:17 in Oriya 17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।
Acts 12:5 in Oriya 5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
Romans 1:8 in Oriya 8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି।
Romans 12:2 in Oriya 2 ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଇଶ୍ବରଙ୍କ ଇଚ୍ଛା କ'ଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
1 Corinthians 1:5 in Oriya 5 କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
Ephesians 1:8 in Oriya 8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
Ephesians 1:15 in Oriya 15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
Ephesians 3:14 in Oriya 14 ଏଥି ନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
Ephesians 5:10 in Oriya 10 ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;
Ephesians 5:17 in Oriya 17 ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
Ephesians 6:6 in Oriya 6 ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଇଶ୍ବରଙ୍କ ଇଚ୍ଛା ସାଧନ କର।
Philippians 1:4 in Oriya 4 ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
Philippians 1:9 in Oriya 9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
Colossians 1:3 in Oriya 3 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି
Colossians 1:6 in Oriya 6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଇଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
Colossians 3:16 in Oriya 16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଇଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
Colossians 4:5 in Oriya 5 ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।
Colossians 4:12 in Oriya 12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଇଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।
1 Thessalonians 1:3 in Oriya 3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
1 Thessalonians 5:17 in Oriya 17 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
2 Thessalonians 1:11 in Oriya 11 ଏଣୁ ଆମ୍ଭମାନଙ୍କ ଈଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;
2 Timothy 1:3 in Oriya 3 ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
Philemon 1:4 in Oriya 4 ପ୍ରଭୁ ଯୀଶୁ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ଓ ବିଶ୍ୱାସ ବିଷୟ ଶୁଣି
Hebrews 10:36 in Oriya 36 ଯେଣୁ ତୁମ୍ଭେମାନେ ଯେପରି ଇଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇ ପାର, ଏଥି ନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।
Hebrews 13:21 in Oriya 21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
1 Peter 2:15 in Oriya 15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଇଶ୍ବରଙ୍କ ଇଚ୍ଛା;
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
1 John 2:17 in Oriya 17 ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଇଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।