Colossians 2:12 in Oriya 12 ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।
Other Translations King James Version (KJV) Buried with him in baptism, wherein also ye are risen with him through the faith of the operation of God, who hath raised him from the dead.
American Standard Version (ASV) having been buried with him in baptism, wherein ye were also raised with him through faith in the working of God, who raised him from the dead.
Bible in Basic English (BBE) Having been put to death with him in baptism, by which you came to life again with him, through faith in the working of God, who made him come back from the dead.
Darby English Bible (DBY) buried with him in baptism, in which ye have been also raised with [him] through faith of the working of God who raised him from among the dead.
World English Bible (WEB) having been buried with him in baptism, in which you were also raised with him through faith in the working of God, who raised him from the dead.
Young's Literal Translation (YLT) being buried with him in the baptism, in which also ye rose with `him' through the faith of the working of God, who did raise him out of the dead.
Cross Reference Luke 17:5 in Oriya 5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।
John 1:12 in Oriya 12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଇଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
John 3:3 in Oriya 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।
Acts 2:24 in Oriya 24 କିନ୍ତୁ ଈଶ୍ୱର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
Acts 14:27 in Oriya 27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ।
Romans 4:24 in Oriya 24 ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
Romans 6:3 in Oriya 3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ ?
Romans 6:8 in Oriya 8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।
Romans 7:4 in Oriya 4 ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍ ଆମ୍ଭେମାନେ ଇଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।
1 Corinthians 12:13 in Oriya 13 ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ।
1 Corinthians 15:20 in Oriya 20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
Galatians 3:27 in Oriya 27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।
Ephesians 1:19 in Oriya 19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର;
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
Ephesians 2:8 in Oriya 8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଇଶ୍ବରଙ୍କ ଦାନ,
Ephesians 3:7 in Oriya 7 ଇଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
Ephesians 3:17 in Oriya 17 ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
Ephesians 4:5 in Oriya 5 ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ୱର ଓ ପିତା;
Ephesians 5:14 in Oriya 14 ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।
Philippians 1:29 in Oriya 29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
Colossians 3:1 in Oriya 1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।
Titus 3:5 in Oriya 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
Hebrews 6:2 in Oriya 2 ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
James 1:16 in Oriya 16 ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।
1 Peter 3:21 in Oriya 21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଇଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
1 Peter 4:1 in Oriya 1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),