Colossians 3:22 in Oriya 22 ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।
Other Translations King James Version (KJV) Servants, obey in all things your masters according to the flesh; not with eyeservice, as menpleasers; but in singleness of heart, fearing God;
American Standard Version (ASV) Servants, obey in all things them that are your masters according to the flesh; not with eye-service, as men-pleasers, but in singleness of heart, fearing the Lord:
Bible in Basic English (BBE) Servants, in all things do the orders of your natural masters; not only when their eyes are on you, as pleasers of men, but with all your heart, fearing the Lord:
Darby English Bible (DBY) Bondmen, obey in all things your masters according to flesh; not with eye-services, as men-pleasers, but in simplicity of heart, fearing the Lord.
World English Bible (WEB) Servants, obey in all things those who are your masters according to the flesh, not just when they are looking, as men-pleasers, but in singleness of heart, fearing God.
Young's Literal Translation (YLT) The servants! obey in all things those who are masters according to the flesh, not in eye-service as men-pleasers, but in simplicity of heart, fearing God;
Cross Reference Genesis 42:18 in Oriya 18 ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।
Nehemiah 5:9 in Oriya 9 ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟ ଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କ'ଣ ତୁମ୍ଭମାନଙ୍କର ଉଚିତ୍ ନୁହେଁ ?”
Nehemiah 5:15 in Oriya 15 ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
Psalm 123:2 in Oriya 2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।
Ecclesiastes 5:7 in Oriya 7 କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।
Ecclesiastes 8:12 in Oriya 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Ecclesiastes 12:13 in Oriya 13 ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
Matthew 6:22 in Oriya 22 ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।
Matthew 8:9 in Oriya 9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।
Luke 6:46 in Oriya 46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ?
Luke 7:8 in Oriya 8 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ।
Acts 2:46 in Oriya 46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଇଶ୍ବରଙ୍କ ପ୍ରଶଂସା କରୁଥିଲେ।
2 Corinthians 7:1 in Oriya 1 ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
Galatians 1:10 in Oriya 10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
Ephesians 6:5 in Oriya 5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Colossians 3:20 in Oriya 20 ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
1 Thessalonians 2:4 in Oriya 4 କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଇଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।
1 Timothy 6:1 in Oriya 1 ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଇଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।
Titus 2:9 in Oriya 9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
Philemon 1:16 in Oriya 16 ବିଶେଷ ଭାବରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ।
1 Peter 2:18 in Oriya 18 ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।