Colossians 4:3 in Oriya 3 ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,
Other Translations King James Version (KJV) Withal praying also for us, that God would open unto us a door of utterance, to speak the mystery of Christ, for which I am also in bonds:
American Standard Version (ASV) withal praying for us also, that God may open unto us a door for the word, to speak the mystery of Christ, for which I am also in bonds;
Bible in Basic English (BBE) And making prayer for us, that God may give us an open door for the preaching of the word, the secret of Christ, for which I am now in chains;
Darby English Bible (DBY) praying at the same time for us also, that God may open to us a door of the word to speak the mystery of Christ, on account of which also I am bound,
World English Bible (WEB) praying together for us also, that God may open to us a door for the word, to speak the mystery of Christ, for which I am also in bonds;
Young's Literal Translation (YLT) praying at the same time also for us, that God may open to us a door for the word, to speak the secret of the Christ, because of which also I have been bound,
Cross Reference Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
Acts 14:27 in Oriya 27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ।
Romans 15:30 in Oriya 30 ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋ' ନିମନ୍ତେ ଇଶ୍ବରଙ୍କ ନିକଟରେ ମୋ' ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
1 Corinthians 4:1 in Oriya 1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଇଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
1 Corinthians 16:9 in Oriya 9 କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋ' ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।
2 Corinthians 2:12 in Oriya 12 ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ
Ephesians 3:1 in Oriya 1 ଏଥି ନିମନ୍ତେ ମୁଁ ପାଉଲ, ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ
Ephesians 4:1 in Oriya 1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
Ephesians 6:19 in Oriya 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Philippians 1:7 in Oriya 7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
Philippians 1:13 in Oriya 13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;
Philippians 1:19 in Oriya 19 କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
Colossians 1:26 in Oriya 26 ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।
Colossians 2:2 in Oriya 2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଇଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।
1 Thessalonians 5:25 in Oriya 25 ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର।
2 Thessalonians 3:1 in Oriya 1 ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ,
2 Timothy 1:16 in Oriya 16 ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା କରିଅଛନ୍ତି, ପୁଣି, ମୋର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାଁନ୍ତି,
2 Timothy 2:9 in Oriya 9 ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଇଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।
Philemon 1:22 in Oriya 22 ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି।
Hebrews 13:18 in Oriya 18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
Revelation 3:7 in Oriya 7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,