Daniel 1:17 in Oriya 17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
Other Translations King James Version (KJV) As for these four children, God gave them knowledge and skill in all learning and wisdom: and Daniel had understanding in all visions and dreams.
American Standard Version (ASV) Now as for these four youths, God gave them knowledge and skill in all learning and wisdom: and Daniel had understanding in all visions and dreams.
Bible in Basic English (BBE) Now as for these four young men, God gave them knowledge and made them expert in all book-learning and wisdom: and Daniel was wise in all visions and dreams.
Darby English Bible (DBY) As for these four youths, God gave them knowledge and skill in all learning and wisdom; and Daniel had understanding in all visions and dreams.
World English Bible (WEB) Now as for these four youths, God gave them knowledge and skill in all learning and wisdom: and Daniel had understanding in all visions and dreams.
Young's Literal Translation (YLT) As to these four lads, God hath given to them knowledge and understanding in every `kind of' literature, and wisdom; and Daniel hath given instruction about every `kind of' vision and dreams.
Cross Reference Genesis 41:8 in Oriya 8 ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସରଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।
Numbers 12:6 in Oriya 6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
1 Kings 3:12 in Oriya 12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
1 Kings 3:28 in Oriya 28 ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।
1 Kings 4:29 in Oriya 29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
2 Chronicles 1:10 in Oriya 10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ୍ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ ?”
2 Chronicles 1:12 in Oriya 12 ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”
2 Chronicles 26:5 in Oriya 5 ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।
Job 32:8 in Oriya 8 ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।
Psalm 119:98 in Oriya 98 ତୁମ୍ଭ ଆଜ୍ଞାସବୁ ମୋତେ ମୋ' ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋ' ସଙ୍ଗେ ଥାଏ।
Proverbs 2:6 in Oriya 6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
Ecclesiastes 2:26 in Oriya 26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Isaiah 28:26 in Oriya 26 କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।
Ezekiel 28:3 in Oriya 3 ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି :
Daniel 2:19 in Oriya 19 ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
Daniel 2:21 in Oriya 21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
Daniel 2:23 in Oriya 23 ହେ ମୋର ପିତୃପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।
Daniel 4:9 in Oriya 9 ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।
Daniel 5:11 in Oriya 11 ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
Daniel 5:14 in Oriya 14 ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।
Daniel 7:1 in Oriya 1 ବାବିଲର ରାଜା ବେଲ୍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।
Daniel 8:1 in Oriya 1 ବେଲ୍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।
Daniel 10:1 in Oriya 1 ପାରସ୍ୟର ରାଜା କୋରସର ଅଧିକାରର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।
Luke 21:15 in Oriya 15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ।
Acts 6:10 in Oriya 10 ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ।
Acts 7:10 in Oriya 10 ପୁଣି, ତାଙ୍କ ସମସ୍ତ କ୍ଲେଶରୁ ତାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ଦେଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।
Acts 7:22 in Oriya 22 ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।
1 Corinthians 12:7 in Oriya 7 କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ।
Colossians 1:9 in Oriya 9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଇଶ୍ବରଙ୍କ ଅଭିମତ ଜ୍ଞାତ ହୋଇ
James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।