Daniel 1:20 in Oriya 20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
Other Translations King James Version (KJV) And in all matters of wisdom and understanding, that the king enquired of them, he found them ten times better than all the magicians and astrologers that were in all his realm.
American Standard Version (ASV) And in every matter of wisdom and understanding, concerning which the king inquired of them, he found them ten times better than all the magicians and enchanters that were in all his realm.
Bible in Basic English (BBE) And in any business needing wisdom and good sense, about which the king put questions to them, he saw that they were ten times better than all the wonder-workers and users of secret arts in all his kingdom.
Darby English Bible (DBY) And in all matters of judicious wisdom, as to which the king enquired of them, he found them ten times better than all the scribes [and] magicians that were in all his realm.
World English Bible (WEB) In every matter of wisdom and understanding, concerning which the king inquired of them, he found them ten times better than all the magicians and enchanters who were in all his realm.
Young's Literal Translation (YLT) and `in' any matter of wisdom `and' understanding that the king hath sought of them, he findeth them ten hands above all the scribes, the enchanters, who `are' in all his kingdom.
Cross Reference Genesis 31:7 in Oriya 7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାଁନ୍ତି।
Genesis 41:8 in Oriya 8 ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସରଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।
Exodus 7:11 in Oriya 11 ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
Exodus 7:22 in Oriya 22 ସେତେବେଳେ ମିସ୍ରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
Exodus 8:7 in Oriya 7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
Exodus 8:19 in Oriya 19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Numbers 14:22 in Oriya 22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
1 Kings 4:29 in Oriya 29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
1 Kings 10:1 in Oriya 1 ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।
1 Kings 10:23 in Oriya 23 ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।
Nehemiah 4:12 in Oriya 12 ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”
Job 19:3 in Oriya 3 ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋ' ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।
Psalm 119:99 in Oriya 99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋ' ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
Isaiah 19:3 in Oriya 3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
Isaiah 47:12 in Oriya 12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
Daniel 2:2 in Oriya 2 ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
Daniel 2:13 in Oriya 13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
Daniel 2:21 in Oriya 21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
Daniel 2:27 in Oriya 27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;
Daniel 4:7 in Oriya 7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋ' ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।
Daniel 5:7 in Oriya 7 ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।
Daniel 5:17 in Oriya 17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।
2 Timothy 3:8 in Oriya 8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।