Daniel 10:1 in Oriya 1 ପାରସ୍ୟର ରାଜା କୋରସର ଅଧିକାରର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।
Other Translations King James Version (KJV) In the third year of Cyrus king of Persia a thing was revealed unto Daniel, whose name was called Belteshazzar; and the thing was true, but the time appointed was long: and he understood the thing, and had understanding of the vision.
American Standard Version (ASV) In the third year of Cyrus king of Persia a thing was revealed unto Daniel, whose name was called Belteshazzar; and the thing was true, even a great warfare: and he understood the thing, and had understanding of the vision.
Bible in Basic English (BBE) In the third year of Cyrus, king of Persia, a secret was unfolded to Daniel, whose name was Belteshazzar; and the thing was true, even a hard work: and he had knowledge of it, and the vision was clear to him.
Darby English Bible (DBY) In the third year of Cyrus king of Persia a thing was revealed unto Daniel, whose name was called Belteshazzar; and the thing is true, but the appointed time of trial is long; and he understood the thing, and had understanding of the vision.
World English Bible (WEB) In the third year of Cyrus king of Persia a thing was revealed to Daniel, whose name was called Belteshazzar; and the thing was true, even a great warfare: and he understood the thing, and had understanding of the vision.
Young's Literal Translation (YLT) In the third year of Cyrus king of Persia, a thing is revealed to Daniel, whose name is called Belteshazzar, and the thing `is' true, and the warfare `is' great: and he hath understood the thing, and hath understanding about the appearance.
Cross Reference Genesis 41:32 in Oriya 32 ଫାରୋ ଦୁଇଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।
2 Chronicles 36:22 in Oriya 22 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ର ଅଧିକାରର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା,
Ezra 1:7 in Oriya 7 ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା।
Ezra 3:7 in Oriya 7 ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନ୍ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟ-ଦ୍ରବ୍ୟ ଓ ତୈଳ ଦେଲେ।
Ezra 4:3 in Oriya 3 ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”
Ezra 4:5 in Oriya 5 ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।
Ezra 5:13 in Oriya 13 ମାତ୍ର ବାବିଲର ରାଜା କୋରସ୍ଙ୍କ ଅଧିକାରର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ।’
Ezra 6:3 in Oriya 3 କୋରସ୍ ରାଜାଙ୍କ ଅଧିକାରର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, “ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;
Ezra 6:14 in Oriya 14 ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଜିଖରୀୟଙ୍କ ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।
Isaiah 44:28 in Oriya 28 ଆମ୍ଭେ କୋରସ୍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।”
Daniel 1:7 in Oriya 7 ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମିଶାୟେଲଙ୍କୁ ମୈଶକ ଓ ଅସରୀୟକୁ ଅବେଦ୍-ନଗୋ ନାମ ଦେଲା।
Daniel 1:17 in Oriya 17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
Daniel 1:21 in Oriya 21 ପୁଣି, ଦାନିୟେଲ କୋରସ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ରହିଲେ।
Daniel 2:21 in Oriya 21 ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
Daniel 4:8 in Oriya 8 ମାତ୍ର ଅବଶେଷରେ ମୋ' ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋ' ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,
Daniel 5:12 in Oriya 12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।
Daniel 5:17 in Oriya 17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।
Daniel 6:28 in Oriya 28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ଵ ସମୟରେ ଓ ପାରସୀକ କୋରସର ରାଜତ୍ଵ ସମୟରେ ଉନ୍ନତି ଲାଭ କଲେ।
Daniel 8:16 in Oriya 16 ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।
Daniel 8:26 in Oriya 26 ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା।
Daniel 9:22 in Oriya 22 ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋ' ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।
Daniel 10:14 in Oriya 14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।
Daniel 11:2 in Oriya 2 ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।
Daniel 12:4 in Oriya 4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।
Daniel 12:9 in Oriya 9 ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।
Luke 1:20 in Oriya 20 ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ।
Revelation 19:9 in Oriya 9 ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହି ସବୁ ଇଶ୍ବରଙ୍କ ସତ୍ୟ ବାକ୍ୟ।