Daniel 10:12 in Oriya 12 ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।
Other Translations King James Version (KJV) Then said he unto me, Fear not, Daniel: for from the first day that thou didst set thine heart to understand, and to chasten thyself before thy God, thy words were heard, and I am come for thy words.
American Standard Version (ASV) Then said he unto me, Fear not, Daniel; for from the first day that thou didst set thy heart to understand, and to humble thyself before thy God, thy words were heard: and I am come for thy words' sake.
Bible in Basic English (BBE) Then he said to me, Have no fear, Daniel; for from the first day when you gave your heart to getting wisdom and making yourself poor in spirit before your God, your words have come to his ears: and I have come because of your words.
Darby English Bible (DBY) And he said unto me, Fear not, Daniel; for from the first day that thou didst set thy heart to understand, and to humble thyself before thy God, thy words were heard, and I am come because of thy words.
World English Bible (WEB) Then said he to me, Don't be afraid, Daniel; for from the first day that you did set your heart to understand, and to humble yourself before your God, your words were heard: and I am come for your words' sake.
Young's Literal Translation (YLT) And he saith unto me: Do not fear, Daniel, for from the first day that thou didst give thy heart to understand, and to humble thyself before thy God, thy words have been heard, and I have come because of thy words.
Cross Reference Leviticus 16:29 in Oriya 29 ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
Leviticus 16:31 in Oriya 31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।
Numbers 29:7 in Oriya 7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
Psalm 69:10 in Oriya 10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ' ନିନ୍ଦାର ବିଷୟ ହେଲା।
Isaiah 35:4 in Oriya 4 ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 41:14 in Oriya 14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Isaiah 58:9 in Oriya 9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, “ଆମ୍ଭେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
Isaiah 65:24 in Oriya 24 ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
Daniel 9:3 in Oriya 3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
Daniel 9:20 in Oriya 20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ'ର ପାପ ଓ ମୋ'ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ' ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
Daniel 10:2 in Oriya 2 ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।
Daniel 10:11 in Oriya 11 ପୁଣି, ସେ ମୋତେ କହିଲେ, ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।
Daniel 10:19 in Oriya 19 ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ !” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”
Matthew 28:5 in Oriya 5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ।
Matthew 28:10 in Oriya 10 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।
Mark 16:6 in Oriya 6 ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ।
Luke 1:13 in Oriya 13 କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।
Luke 1:30 in Oriya 30 ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଇଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।
Luke 2:10 in Oriya 10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Luke 24:38 in Oriya 38 ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି ?
Acts 10:3 in Oriya 3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।
Acts 10:30 in Oriya 30 କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
Acts 18:9 in Oriya 9 ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,
Acts 27:24 in Oriya 24 ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି।
Revelation 1:17 in Oriya 17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,