Daniel 10:16 in Oriya 16 ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋ' ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।
Other Translations King James Version (KJV) And, behold, one like the similitude of the sons of men touched my lips: then I opened my mouth, and spake, and said unto him that stood before me, O my lord, by the vision my sorrows are turned upon me, and I have retained no strength.
American Standard Version (ASV) And, behold, one in the likeness of the sons of men touched my lips: then I opened my mouth, and spake and said unto him that stood before me, O my lord, by reason of the vision my sorrows are turned upon me, and I retain no strength.
Bible in Basic English (BBE) Then one whose form was like the sons of men put his finger on my lips; and opening my mouth, I said to him who was before me, O my lord, because of the vision my pains have come on me, and I have no more strength.
Darby English Bible (DBY) And behold, one after the likeness of the sons of men touched my lips; and I opened my mouth and spoke, and said unto him that stood before me, My lord, by reason of the vision my pains are turned upon me, and I retain no strength.
World English Bible (WEB) Behold, one in the likeness of the sons of men touched my lips: then I opened my mouth, and spoke and said to him who stood before me, my lord, by reason of the vision my sorrows are turned on me, and I retain no strength.
Young's Literal Translation (YLT) and lo, as the manner of the sons of men, he is striking against my lips, and I open my mouth, and I speak, and say unto him who is standing over-against me: My lord, by the appearance turned have been my pangs against me, and I have retained no power.
Cross Reference Exodus 4:10 in Oriya 10 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
Exodus 4:13 in Oriya 13 ତହିଁରେ ସେ କହିଲେ, “ହେ ପ୍ରଭୁ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”
Joshua 5:14 in Oriya 14 ତହୁଁ ସେ କହିଲେ, ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ; ତହିଁରେ ଯିହୋଶୂୟ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉ ଅଛନ୍ତି?
Judges 6:13 in Oriya 13 ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୁ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏ ସବୁ ଘଟିଅଛି କାହିଁକି ? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରି ଅଛନ୍ତି।
Judges 6:15 in Oriya 15 ତହୁଁ ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି ? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋ' ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।
Judges 13:8 in Oriya 8 ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।
Ecclesiastes 1:18 in Oriya 18 କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।
Isaiah 6:7 in Oriya 7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”
Jeremiah 1:9 in Oriya 9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
Ezekiel 1:26 in Oriya 26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଉର୍ଦ୍ଧ୍ୱରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଉର୍ଦ୍ଧ୍ୱ ଭାଗରେ ଥିଲା।
Ezekiel 3:27 in Oriya 27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ” !
Ezekiel 33:22 in Oriya 22 ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ।
Daniel 7:15 in Oriya 15 ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା।
Daniel 7:28 in Oriya 28 ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”
Daniel 8:15 in Oriya 15 ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ।
Daniel 8:17 in Oriya 17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟ ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।
Daniel 8:27 in Oriya 27 ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।
Daniel 9:21 in Oriya 21 ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।
Daniel 10:5 in Oriya 5 ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;
Daniel 10:8 in Oriya 8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋ'ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।
Daniel 10:17 in Oriya 17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋ' ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ ? ସେହିକ୍ଷଣେ ମୋ'ଠାରେ କିଛି ବଳ ଅବା ମୋ' ମଧ୍ୟରେ ଶ୍ୱାସ ରହିଲା ନାହିଁ।
Daniel 12:8 in Oriya 8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କ'ଣ ହେବ ?
Luke 1:64 in Oriya 64 ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଇଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ।
Luke 21:15 in Oriya 15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ।
John 20:28 in Oriya 28 ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର।
Philippians 2:7 in Oriya 7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;
Revelation 1:13 in Oriya 13 ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;