Daniel 10:19 in Oriya 19 ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ !” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”
Other Translations King James Version (KJV) And said, O man greatly beloved, fear not: peace be unto thee, be strong, yea, be strong. And when he had spoken unto me, I was strengthened, and said, Let my lord speak; for thou hast strengthened me.
American Standard Version (ASV) And he said, O man greatly beloved, fear not: peace be unto thee, be strong, yea, be strong. And when he spake unto me, I was strengthened, and said, Let my lord speak; for thou hast strengthened me.
Bible in Basic English (BBE) Then he said, It is clear to you why I have come to you. And now I will give you an account of what is recorded in the true writings:
Darby English Bible (DBY) and he said, Fear not, man greatly beloved; peace be unto thee, be strong, yea, be strong. And as he was speaking with me I was strengthened, and I said, Let my lord speak; for thou hast strengthened me.
World English Bible (WEB) He said, "Greatly beloved man, don't be afraid: peace be to you, be strong, yes, be strong." When he spoke to me, I was strengthened, and said, "Let my lord speak; for you have strengthened me."
Young's Literal Translation (YLT) and he saith: Do not fear, O man greatly desired, peace to thee, be strong, yea, be strong; and when he speaketh with me, I have strengthened myself, and I say, Let my lord speak, for thou hast strengthened me.
Cross Reference Joshua 1:6 in Oriya 6 ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।
Joshua 1:9 in Oriya 9 ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।
Judges 6:23 in Oriya 23 ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।
1 Samuel 3:9 in Oriya 9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୁ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।
Psalm 138:3 in Oriya 3 ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋ' ପ୍ରାଣକୁ ବଳ ଦେଇ ସାହସିକ କଲ।
Isaiah 35:4 in Oriya 4 ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 41:14 in Oriya 14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Isaiah 43:1 in Oriya 1 ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।
Daniel 9:23 in Oriya 23 ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।
Daniel 10:11 in Oriya 11 ପୁଣି, ସେ ମୋତେ କହିଲେ, ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।
Daniel 10:18 in Oriya 18 ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।
Haggai 2:4 in Oriya 4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ, ତୁମ୍ଭେ ଏବେ ବଳବାନ୍ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ୍ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ୍ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
Zechariah 8:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”
Zechariah 8:13 in Oriya 13 ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।
Luke 24:36 in Oriya 36 କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ।
John 11:3 in Oriya 3 ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।
John 11:5 in Oriya 5 ଯୀଶୁ ମାର୍ଥା, ତାଙ୍କ ଭଉଣୀ ଓ ଲାଜାରଙ୍କୁ ସ୍ନେହ କରୁଥିଲେ।
John 11:36 in Oriya 36 ସେଥିରେ ଯିହୂଦୀମାନେ କହିଲେ, ଦେଖ, ସେ ତାଙ୍କୁ କିପରି ସ୍ନେହ କରୁଥିଲେ।
John 14:27 in Oriya 27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
John 15:9 in Oriya 9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
John 16:33 in Oriya 33 ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
John 19:26 in Oriya 26 ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର !
John 21:20 in Oriya 20 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।
1 Corinthians 16:13 in Oriya 13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
2 Corinthians 12:9 in Oriya 9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
Ephesians 6:10 in Oriya 10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
2 Timothy 2:1 in Oriya 1 ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
Revelation 1:17 in Oriya 17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,