Daniel 11:12 in Oriya 12 ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ।
Other Translations King James Version (KJV) And when he hath taken away the multitude, his heart shall be lifted up; and he shall cast down many ten thousands: but he shall not be strengthened by it.
American Standard Version (ASV) And the multitude shall be lifted up, and his heart shall be exalted; and he shall cast down tens of thousands, but he shall not prevail.
Bible in Basic English (BBE) And the army will be taken away, and his heart will be uplifted: he will be the cause of the downfall of tens of thousands, but he will not be strong.
Darby English Bible (DBY) And when the multitude shall have been taken away, his heart shall be exalted; and he shall cast down myriads; but he shall not prevail.
World English Bible (WEB) The multitude shall be lifted up, and his heart shall be exalted; and he shall cast down tens of thousands, but he shall not prevail.
Young's Literal Translation (YLT) and he hath carried away the multitude, his heart is high, and he hath caused myriads to fall, and he doth not become strong.
Cross Reference Deuteronomy 8:14 in Oriya 14 ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,
2 Kings 14:10 in Oriya 10 ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?”
2 Chronicles 25:19 in Oriya 19 ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?
2 Chronicles 26:16 in Oriya 16 ମାତ୍ର ସେ ବଳବାନ୍ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
2 Chronicles 32:25 in Oriya 25 ମାତ୍ର ହିଜକିୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
Proverbs 16:18 in Oriya 18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
Isaiah 10:7 in Oriya 7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Ezekiel 28:5 in Oriya 5 ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।
Ezekiel 28:17 in Oriya 17 ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ।
Daniel 5:19 in Oriya 19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Daniel 8:25 in Oriya 25 ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।
Habakkuk 2:4 in Oriya 4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
Acts 12:22 in Oriya 22 ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।
1 Timothy 3:6 in Oriya 6 ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।