Daniel 11:27 in Oriya 27 ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।
Other Translations King James Version (KJV) And both of these kings' hearts shall be to do mischief, and they shall speak lies at one table; but it shall not prosper: for yet the end shall be at the time appointed.
American Standard Version (ASV) And as for both these kings, their hearts shall be to do mischief, and they shall speak lies at one table: but it shall not prosper; for yet the end shall be at the time appointed.
Bible in Basic English (BBE) And as for these two kings, their hearts will be fixed on doing evil and they will say false words at one table; but it will come to nothing: for the end will be at the time fixed.
Darby English Bible (DBY) And both these kings' hearts [shall meditate] mischief, and they shall speak lies at one table; but it shall not prosper; for yet the end shall be at the time appointed.
World English Bible (WEB) As for both these kings, their hearts shall be to do mischief, and they shall speak lies at one table: but it shall not prosper; for yet the end shall be at the time appointed.
Young's Literal Translation (YLT) `And both of the kings' hearts `are' to do evil, and at one table they speak lies, and it doth not prosper, for yet the end `is' at a time appointed.
Cross Reference 2 Samuel 13:26 in Oriya 26 ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ ?”
Psalm 12:2 in Oriya 2 ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।
Psalm 52:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?
Psalm 58:2 in Oriya 2 ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।
Psalm 62:9 in Oriya 9 ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
Psalm 64:6 in Oriya 6 ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
Proverbs 12:20 in Oriya 20 ଅନିଷ୍ଟଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
Proverbs 19:21 in Oriya 21 ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
Proverbs 23:6 in Oriya 6 କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;
Proverbs 26:23 in Oriya 23 ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ।
Jeremiah 9:3 in Oriya 3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।
Jeremiah 41:1 in Oriya 1 ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।
Ezekiel 17:9 in Oriya 9 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ ?”
Daniel 8:19 in Oriya 19 ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।
Daniel 10:1 in Oriya 1 ପାରସ୍ୟର ରାଜା କୋରସର ଅଧିକାରର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।
Daniel 11:29 in Oriya 29 ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବ କାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ।
Daniel 11:35 in Oriya 35 ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।
Daniel 11:40 in Oriya 40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।
Habakkuk 2:3 in Oriya 3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
Acts 1:7 in Oriya 7 ସେ ସେମାନଙ୍କୁ କହିଲେ, ‘'ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।
Acts 17:31 in Oriya 31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
1 Thessalonians 5:1 in Oriya 1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,