Daniel 11:32 in Oriya 32 ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।
Other Translations King James Version (KJV) And such as do wickedly against the covenant shall he corrupt by flatteries: but the people that do know their God shall be strong, and do exploits.
American Standard Version (ASV) And such as do wickedly against the covenant shall he pervert by flatteries; but the people that know their God shall be strong, and do `exploits'.
Bible in Basic English (BBE) And those who do evil against the agreement will be turned to sin by his fair words: but the people who have knowledge of their God will be strong and do well.
Darby English Bible (DBY) And such as do wickedly against the covenant shall he pervert by flatteries; but the people that know their God shall be strong, and shall act.
World English Bible (WEB) Such as do wickedly against the covenant shall he pervert by flatteries; but the people who know their God shall be strong, and do [exploits].
Young's Literal Translation (YLT) And those acting wickedly `against' the covenant, he defileth by flatteries; and the people knowing their God are strong, and have wrought.
Cross Reference 1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
Psalm 9:10 in Oriya 10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ।
Proverbs 19:5 in Oriya 5 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
Proverbs 26:28 in Oriya 28 ମିଥ୍ୟାବାଦୀ-ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।
Jeremiah 31:34 in Oriya 34 ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ' ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
Micah 5:7 in Oriya 7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
Micah 7:15 in Oriya 15 ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
Zechariah 9:13 in Oriya 13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍ଗ ସ୍ୱରୂପ କରିବା।
Zechariah 10:3 in Oriya 3 ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଛାଗଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।
Zechariah 10:12 in Oriya 12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।
Zechariah 12:3 in Oriya 3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
Zechariah 14:1 in Oriya 1 ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେହି ସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ।
Malachi 4:2 in Oriya 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
2 Corinthians 4:3 in Oriya 3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
2 Timothy 2:1 in Oriya 1 ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
Hebrews 10:32 in Oriya 32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
1 John 2:3 in Oriya 3 ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।
Revelation 6:11 in Oriya 11 ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆ ଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭାତ୍ରୁଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
Revelation 12:7 in Oriya 7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
Revelation 13:12 in Oriya 12 ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।