Daniel 11:33 in Oriya 33 ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ଼୍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ।
Other Translations King James Version (KJV) And they that understand among the people shall instruct many: yet they shall fall by the sword, and by flame, by captivity, and by spoil, many days.
American Standard Version (ASV) And they that are wise among the people shall instruct many; yet they shall fall by the sword and by flame, by captivity and by spoil, `many' days.
Bible in Basic English (BBE) And those who are wise among the people will be the teachers of the mass of the people: but they will come to their downfall by the sword and by the flame, being made prisoners and undergoing loss for a long time.
Darby English Bible (DBY) And they that are wise among the people shall instruct the many; and they shall fall by the sword, and by flame, by captivity, and by spoil, [many] days.
World English Bible (WEB) Those who are wise among the people shall instruct many; yet they shall fall by the sword and by flame, by captivity and by spoil, [many] days.
Young's Literal Translation (YLT) And the teachers of the people give understanding to many; and they have stumbled by sword, and by flame, by captivity, and by spoil -- days.
Cross Reference Isaiah 32:3 in Oriya 3 ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।
Daniel 12:3 in Oriya 3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
Daniel 12:10 in Oriya 10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।
Zechariah 8:20 in Oriya 20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Matthew 10:21 in Oriya 21 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।
Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
Matthew 13:51 in Oriya 51 ତୁମ୍ଭେମାନେ କ'ଣ ଏହି ସବୁ କଥା ବୁଝିଲ ସେମାନେ ତାହାଙ୍କୁ କହିଲେ ହଁ।
Matthew 20:23 in Oriya 23 ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।
Matthew 24:9 in Oriya 9 ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
John 16:2 in Oriya 2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
Acts 4:2 in Oriya 2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।
Acts 11:26 in Oriya 26 ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।
Acts 12:2 in Oriya 2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ।
Acts 14:21 in Oriya 21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
1 Corinthians 4:9 in Oriya 9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
2 Timothy 2:24 in Oriya 24 ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;
2 Timothy 4:6 in Oriya 6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
Hebrews 11:34 in Oriya 34 ଅଗ୍ନିର ତେଜ ନିବାରଣ କଲେ, ଖଡ଼୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୂଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ।
Hebrews 11:36 in Oriya 36 ଅନ୍ୟମାନେ ବିଦ୍ରୁପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;
Revelation 1:9 in Oriya 9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଇଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।
Revelation 2:13 in Oriya 13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।
Revelation 6:9 in Oriya 9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Revelation 13:7 in Oriya 7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।