Daniel 2:11 in Oriya 11 ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।
Other Translations King James Version (KJV) And it is a rare thing that the king requireth, and there is none other that can shew it before the king, except the gods, whose dwelling is not with flesh.
American Standard Version (ASV) And it is a rare thing that the king requireth, and there is no other that can show it before the king, except the gods, whose dwelling is not with flesh.
Bible in Basic English (BBE) The king's request is a very hard one, and there is no other who is able to make it clear to the king, but the gods, whose living-place is not with flesh.
Darby English Bible (DBY) For the thing that the king demandeth is extraordinary, and there is none other that can shew it before the king, except the gods, whose dwelling is not with flesh.
World English Bible (WEB) It is a rare thing that the king requires, and there is no other who can show it before the king, except the gods, whose dwelling is not with flesh.
Young's Literal Translation (YLT) and the thing that the king is asking `is' precious, and others are there not that do shew it before the king, save the gods, whose dwelling is not with flesh.'
Cross Reference Genesis 41:39 in Oriya 39 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;
Exodus 8:19 in Oriya 19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Exodus 29:45 in Oriya 45 ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
Numbers 35:34 in Oriya 34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।”
1 Kings 8:27 in Oriya 27 ମାତ୍ର, ପରମେଶ୍ୱର କ'ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ' ନିର୍ମିତ ଏହି ଗୃହ କ'ଣ ପାରିବ ?
2 Chronicles 6:18 in Oriya 18 ମାତ୍ର ପରମେଶ୍ୱର କ'ଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କ'ଣ ପାରିବ ?
Psalm 68:18 in Oriya 18 ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
Psalm 113:5 in Oriya 5 ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
Psalm 132:14 in Oriya 14 ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
Isaiah 8:18 in Oriya 18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Isaiah 66:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ ?
Daniel 2:27 in Oriya 27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;
Daniel 5:11 in Oriya 11 ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
Joel 3:21 in Oriya 21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା।” କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
Matthew 19:26 in Oriya 26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ।
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 14:17 in Oriya 17 ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।
John 14:23 in Oriya 23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
Revelation 21:3 in Oriya 3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଇଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,