Daniel 2:23 in Oriya 23 ହେ ମୋର ପିତୃପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।
Other Translations King James Version (KJV) I thank thee, and praise thee, O thou God of my fathers, who hast given me wisdom and might, and hast made known unto me now what we desired of thee: for thou hast now made known unto us the king's matter.
American Standard Version (ASV) I thank thee, and praise thee, O thou God of my fathers, who hast given me wisdom and might, and hast now made known unto me what we desired of thee; for thou hast made known unto us the king's matter.
Bible in Basic English (BBE) I give you praise and worship, O God of my fathers, who have given me wisdom and strength, and have now made clear to me what we were requesting from you: for you have given us knowledge of the king's business.
Darby English Bible (DBY) I thank thee, and I praise thee, O God of my fathers, Who hast given me wisdom and might, And hast made known unto me already what we desired of thee; For thou hast made known unto us the king's matter.
World English Bible (WEB) I thank you, and praise you, you God of my fathers, who have given me wisdom and might, and have now made known to me what we desired of you; for you have made known to us the king's matter.
Young's Literal Translation (YLT) Thee, O God of my fathers, I am thanking and praising, for wisdom and might Thou hast given to me; and now, Thou hast caused me to know that which we have sought from Thee, for the king's matter Thou hast caused us to know.'
Cross Reference Genesis 18:17 in Oriya 17 ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା ?
Genesis 32:9 in Oriya 9 ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।
Exodus 3:15 in Oriya 15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
1 Kings 8:57 in Oriya 57 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।
1 Kings 18:36 in Oriya 36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
1 Chronicles 29:10 in Oriya 10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
1 Chronicles 29:13 in Oriya 13 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
2 Chronicles 20:6 in Oriya 6 ଆଉ ସେ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତୃପୁରୁଷଗଣର ପରମେଶ୍ୱର, ତୁମ୍ଭେ କ'ଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ ? ତୁମ୍ଭେ କ'ଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।
Psalm 25:14 in Oriya 14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
Psalm 50:14 in Oriya 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Psalm 103:1 in Oriya 1 ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Proverbs 8:14 in Oriya 14 ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ'ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ'ଠାରେ ବଳ ଅଛି।
Proverbs 21:22 in Oriya 22 ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।
Proverbs 24:5 in Oriya 5 ଜ୍ଞାନବାନ୍ ଲୋକ ବଳବାନ, ପୁଣି, ବିଦ୍ୱାନ୍ ଲୋକ ବଳ ବଢ଼ାଏ।
Ecclesiastes 7:19 in Oriya 19 ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।
Ecclesiastes 9:16 in Oriya 16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।
Ecclesiastes 9:18 in Oriya 18 ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।”
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Daniel 1:17 in Oriya 17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
Daniel 2:18 in Oriya 18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମିଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
Daniel 2:20 in Oriya 20 ଦାନିୟେଲ ଉତ୍ତର କରି କହିଲେ, ପରମେଶ୍ୱରଙ୍କର ନାମ ସଦା ସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
Daniel 2:29 in Oriya 29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟନା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
Amos 3:7 in Oriya 7 ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Luke 10:21 in Oriya 21 ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।
John 11:41 in Oriya 41 ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।
John 15:15 in Oriya 15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି।
Revelation 1:1 in Oriya 1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।
Revelation 5:5 in Oriya 5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।