Daniel 2:28 in Oriya 28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
Other Translations King James Version (KJV) But there is a God in heaven that revealeth secrets, and maketh known to the king Nebuchadnezzar what shall be in the latter days. Thy dream, and the visions of thy head upon thy bed, are these;
American Standard Version (ASV) but there is a God in heaven that revealeth secrets, and he hath made known to the king Nebuchadnezzar what shall be in the latter days. Thy dream, and the visions of thy head upon thy bed, are these:
Bible in Basic English (BBE) But there is a God in heaven, the unveiler of secrets, and he has given to King Nebuchadnezzar knowledge of what will take place in the last days. Your dreams and the visions of your head on your bed are these:
Darby English Bible (DBY) but there is a God in the heavens, who revealeth secrets, and maketh known to king Nebuchadnezzar what shall be at the end of days. Thy dream, and the visions of thy head upon thy bed are these:
World English Bible (WEB) but there is a God in heaven who reveals secrets, and he has made known to the king Nebuchadnezzar what shall be in the latter days. Your dream, and the visions of your head on your bed, are these:
Young's Literal Translation (YLT) but there is a God in the heavens, a revealer of secrets, and He hath made known to king Nebuchadnezzar that which `is' to be in the latter end of the days. `Thy dream and the visions of thy head on thy bed are these:
Cross Reference Genesis 40:8 in Oriya 8 ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
Genesis 41:16 in Oriya 16 ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”
Genesis 49:1 in Oriya 1 ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
Numbers 24:14 in Oriya 14 ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।
Deuteronomy 4:30 in Oriya 30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।
Deuteronomy 31:19 in Oriya 19 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।
Psalm 115:3 in Oriya 3 ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 41:22 in Oriya 22 ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।
Jeremiah 30:24 in Oriya 24 ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।”
Jeremiah 48:47 in Oriya 47 ତଥାପି ସଦାପ୍ରଭୁ କହନ୍ତି, “ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।
Ezekiel 38:8 in Oriya 8 ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।
Ezekiel 38:16 in Oriya 16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
Daniel 2:18 in Oriya 18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମିଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
Daniel 2:22 in Oriya 22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
Daniel 2:47 in Oriya 47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।
Daniel 4:5 in Oriya 5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା।
Daniel 10:14 in Oriya 14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।
Hosea 3:5 in Oriya 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
Amos 4:13 in Oriya 13 କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି।” ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
Micah 4:1 in Oriya 1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Matthew 6:9 in Oriya 9 ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।
2 Timothy 3:1 in Oriya 1 କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;
Hebrews 1:1 in Oriya 1 ଈଶ୍ୱର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି
2 Peter 3:3 in Oriya 3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,