Daniel 2:34 in Oriya 34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
Other Translations King James Version (KJV) Thou sawest till that a stone was cut out without hands, which smote the image upon his feet that were of iron and clay, and brake them to pieces.
American Standard Version (ASV) Thou sawest till that a stone was cut out without hands, which smote the image upon its feet that were of iron and clay, and brake them in pieces.
Bible in Basic English (BBE) While you were looking at it, a stone was cut out, but not by hands, and it gave the image a blow on its feet, which were of iron and earth, and they were broken in bits.
Darby English Bible (DBY) Thou sawest till a stone was cut out without hands; and it smote the image upon its feet of iron and clay, and broke them to pieces.
World English Bible (WEB) You saw until a stone was cut out without hands, which struck the image on its feet that were of iron and clay, and broke them in pieces.
Young's Literal Translation (YLT) Thou wast looking till that a stone hath been cut out without hands, and it hath smitten the image on its feet, that `are' of iron and of clay, and it hath broken them small;
Cross Reference Psalm 2:8 in Oriya 8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।
Psalm 110:5 in Oriya 5 ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
Psalm 118:22 in Oriya 22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
Psalm 149:6 in Oriya 6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ଼୍ଗ ଥାଉ।
Isaiah 28:16 in Oriya 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
Isaiah 60:12 in Oriya 12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 7:13 in Oriya 13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Daniel 7:27 in Oriya 27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।
Daniel 8:25 in Oriya 25 ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।
Zechariah 4:6 in Oriya 6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Zechariah 12:3 in Oriya 3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
Matthew 16:18 in Oriya 18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
John 1:13 in Oriya 13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ।
Acts 4:11 in Oriya 11 ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି।
2 Corinthians 5:1 in Oriya 1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।
Hebrews 9:24 in Oriya 24 କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଇଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।
1 Peter 2:7 in Oriya 7 ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।