Daniel 2:47 in Oriya 47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।
Other Translations King James Version (KJV) The king answered unto Daniel, and said, Of a truth it is, that your God is a God of gods, and a Lord of kings, and a revealer of secrets, seeing thou couldest reveal this secret.
American Standard Version (ASV) The king answered unto Daniel, and said, Of a truth your God is the God of gods, and the Lord of kings, and a revealer of secrets, seeing thou hast been able to reveal this secret.
Bible in Basic English (BBE) And the king made answer to Daniel and said, Truly, your God is a God of gods and a Lord of kings, and an unveiler of secrets, for you have been able to make this secret clear.
Darby English Bible (DBY) The king answered Daniel and said, Of a truth it is that your God is the God of gods, and the Lord of kings, and a revealer of secrets, because thou wast able to reveal this secret.
World English Bible (WEB) The king answered to Daniel, and said, Of a truth your God is the God of gods, and the Lord of kings, and a revealer of secrets, seeing you have been able to reveal this secret.
Young's Literal Translation (YLT) The king hath answered Daniel and said, `Of a truth `it is' that your God is a God of gods, and a Lord of kings, and a revealer of secrets, since thou hast been able to reveal this secret.'
Cross Reference Genesis 41:39 in Oriya 39 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;
Deuteronomy 10:17 in Oriya 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Joshua 22:22 in Oriya 22 “ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ ଲଘଂନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;
Job 12:19 in Oriya 19 ସେ ଯାଜକମାନଙ୍କୁ ଲୁଟିତ କରି ନେଇଯା'ନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
Psalm 2:10 in Oriya 10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
Psalm 72:11 in Oriya 11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
Psalm 82:1 in Oriya 1 ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି।
Psalm 136:2 in Oriya 2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Proverbs 8:15 in Oriya 15 ମୋ' ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
Daniel 2:19 in Oriya 19 ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
Daniel 2:22 in Oriya 22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
Daniel 2:28 in Oriya 28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
Daniel 2:37 in Oriya 37 ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
Daniel 4:8 in Oriya 8 ମାତ୍ର ଅବଶେଷରେ ମୋ' ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋ' ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,
Daniel 4:17 in Oriya 17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।
Daniel 4:25 in Oriya 25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
Daniel 4:32 in Oriya 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
Daniel 11:36 in Oriya 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
Amos 3:7 in Oriya 7 ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
1 Timothy 6:15 in Oriya 15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।