Daniel 3:1 in Oriya 1 ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।
Other Translations King James Version (KJV) Nebuchadnezzar the king made an image of gold, whose height was threescore cubits, and the breadth thereof six cubits: he set it up in the plain of Dura, in the province of Babylon.
American Standard Version (ASV) Nebuchadnezzar the king made an image of gold, whose height was threescore cubits, and the breadth thereof six cubits: he set it up in the plain of Dura, in the province of Babylon.
Bible in Basic English (BBE) Nebuchadnezzar the king made an image of gold, sixty cubits high and six cubits wide: he put it up in the valley of Dura, in the land of Babylon.
Darby English Bible (DBY) Nebuchadnezzar the king made an image of gold, whose height was sixty cubits, [and] its breadth six cubits; he set it up in the plain of Dura, in the province of Babylon.
World English Bible (WEB) Nebuchadnezzar the king made an image of gold, whose height was sixty cubits, and the breadth of it six cubits: he set it up in the plain of Dura, in the province of Babylon.
Young's Literal Translation (YLT) Nebuchadnezzar the king hath made an image of gold, its height sixty cubits, its breadth six cubits; he hath raised it up in the valley of Dura, in the province of Babylon;
Cross Reference Exodus 20:23 in Oriya 23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।
Exodus 32:2 in Oriya 2 ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋ' ପାଖକୁ ଆଣ।”
Exodus 32:31 in Oriya 31 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।
Deuteronomy 7:25 in Oriya 25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;
Judges 8:26 in Oriya 26 ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।
1 Kings 12:28 in Oriya 28 ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
2 Kings 19:17 in Oriya 17 ହେ ସଦାପ୍ରଭୁ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,
Esther 1:1 in Oriya 1 ଅକ୍ଷଶ୍ୱେରଶ ଭାରତଠାରୁ କୁଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ୍ ପ୍ରଦେଶ ଉପରେ ରାଜ୍ୟ କଲେ।
Psalm 115:4 in Oriya 4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Psalm 135:15 in Oriya 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Isaiah 2:20 in Oriya 20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
Isaiah 30:22 in Oriya 22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, “ଏଠାରୁ ବାହାରି ଯାଅ।”
Isaiah 40:19 in Oriya 19 ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।
Isaiah 46:6 in Oriya 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
Jeremiah 10:9 in Oriya 9 ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତ ନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ।
Jeremiah 16:20 in Oriya 20 ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ ? ସେ ତ ଈଶ୍ୱର ନୁହେଁ।
Daniel 2:31 in Oriya 31 ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
Daniel 2:48 in Oriya 48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।
Daniel 3:30 in Oriya 30 ଏଥିରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା।
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Hosea 8:4 in Oriya 4 ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।”
Habakkuk 2:19 in Oriya 19 ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।
Acts 17:29 in Oriya 29 ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଇଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
Acts 19:26 in Oriya 26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Revelation 9:20 in Oriya 20 ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,