Daniel 4:27 in Oriya 27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।
Other Translations King James Version (KJV) Wherefore, O king, let my counsel be acceptable unto thee, and break off thy sins by righteousness, and thine iniquities by shewing mercy to the poor; if it may be a lengthening of thy tranquillity.
American Standard Version (ASV) Wherefore, O king, let my counsel be acceptable unto thee, and break off thy sins by righteousness, and thine iniquities by showing mercy to the poor; if there may be a lengthening of thy tranquillity.
Bible in Basic English (BBE) For this cause, O King, let my suggestion be pleasing to you, and let your sins be covered by righteousness and your evil-doing by mercy to the poor, so that the time of your well-being may be longer.
Darby English Bible (DBY) Therefore, O king, let my counsel be acceptable unto thee, and break off thy sins by righteousness, and thine iniquities by shewing mercy to the poor; if it may be a lengthening of thy tranquillity.
World English Bible (WEB) Therefore, O king, let my counsel be acceptable to you, and break off your sins by righteousness, and your iniquities by showing mercy to the poor; if there may be a lengthening of your tranquillity.
Young's Literal Translation (YLT) `Therefore, O king, let my counsel be acceptable unto thee, and thy sins by righteousness break off, and thy perversity by pitying the poor, lo, it is a lengthening of thine ease.
Cross Reference Genesis 41:33 in Oriya 33 ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।
1 Kings 21:29 in Oriya 29 ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”
Job 34:31 in Oriya 31 କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
Psalm 41:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
Psalm 119:46 in Oriya 46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
Proverbs 16:6 in Oriya 6 ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
Proverbs 28:13 in Oriya 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Isaiah 58:5 in Oriya 5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ'ଣ ମନୋନୀତ କରିଅଛୁ ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ ?
Isaiah 58:10 in Oriya 10 ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
Ezekiel 18:7 in Oriya 7 ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
Ezekiel 18:21 in Oriya 21 ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Ezekiel 18:27 in Oriya 27 ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।
Joel 2:14 in Oriya 14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ।
Jonah 3:9 in Oriya 9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”
Zephaniah 2:2 in Oriya 2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ।
Matthew 3:8 in Oriya 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
Luke 11:41 in Oriya 41 ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
Acts 8:22 in Oriya 22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
Acts 10:2 in Oriya 2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
Acts 24:25 in Oriya 25 କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
Acts 26:20 in Oriya 20 କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଇଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।
2 Corinthians 5:11 in Oriya 11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଇଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।
Galatians 5:6 in Oriya 6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
Galatians 5:13 in Oriya 13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Ephesians 4:28 in Oriya 28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥି ନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
James 4:8 in Oriya 8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
1 Peter 4:8 in Oriya 8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।