Daniel 4:30 in Oriya 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
Other Translations King James Version (KJV) The king spake, and said, Is not this great Babylon, that I have built for the house of the kingdom by the might of my power, and for the honour of my majesty?
American Standard Version (ASV) The king spake and said, Is not this great Babylon, which I have built for the royal dwelling-place, by the might of my power and for the glory of my majesty?
Bible in Basic English (BBE) The king made answer and said, Is this not great Babylon, which I have made for the living-place of kings, by the strength of my power and for the glory of my honour?
Darby English Bible (DBY) the king spoke and said, Is not this great Babylon, that I have built for the house of the kingdom by the might of my power and for the glory of my majesty?
World English Bible (WEB) The king spoke and said, Is not this great Babylon, which I have built for the royal dwelling-place, by the might of my power and for the glory of my majesty?
Young's Literal Translation (YLT) the king hath answered and said, Is not this that great Babylon that I have built, for the house of the kingdom, in the might of my strength, and for the glory of mine honour?
Cross Reference Genesis 10:10 in Oriya 10 ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
Genesis 11:2 in Oriya 2 ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
1 Chronicles 29:12 in Oriya 12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ୍ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
2 Chronicles 2:5 in Oriya 5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ୍ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ୍ ଅଟନ୍ତି।
Esther 1:4 in Oriya 4 ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।
Psalm 49:20 in Oriya 20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
Psalm 73:8 in Oriya 8 ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
Psalm 104:1 in Oriya 1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁ, ମୋ' ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
Psalm 145:5 in Oriya 5 ମୁଁ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ଓ ତୁମ୍ଭ ଆଶ୍ଚର୍ଯ୍ୟ-କ୍ରିୟାର ବିଷୟ ଧ୍ୟାନ କରିବି।
Proverbs 16:18 in Oriya 18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
Isaiah 10:8 in Oriya 8 କାରଣ ସେ କହେ, ଆମ୍ଭର ଅଧିପତିଗଣ ସମସ୍ତେ କି ରାଜା ନୁହଁନ୍ତି ?
Isaiah 37:24 in Oriya 24 ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Ezekiel 29:3 in Oriya 3 ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, “ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।”
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Habakkuk 1:15 in Oriya 15 ସେ ସମସ୍ତଙ୍କୁ ବଡ଼ଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।
Habakkuk 2:4 in Oriya 4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
Luke 12:19 in Oriya 19 ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
Luke 14:11 in Oriya 11 କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।
1 Corinthians 10:31 in Oriya 31 ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଇଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।
Revelation 17:5 in Oriya 5 ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ୍, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।
Revelation 18:10 in Oriya 10 ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ୍, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।
Revelation 18:21 in Oriya 21 ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ୍ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।
Revelation 21:24 in Oriya 24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।