Daniel 4:34 in Oriya 34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ' କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
Other Translations King James Version (KJV) And at the end of the days I Nebuchadnezzar lifted up mine eyes unto heaven, and mine understanding returned unto me, and I blessed the most High, and I praised and honoured him that liveth for ever, whose dominion is an everlasting dominion, and his kingdom is from generation to generation:
American Standard Version (ASV) And at the end of the days I, Nebuchadnezzar, lifted up mine eyes unto heaven, and mine understanding returned unto me, and I blessed the Most High, and I praised and honored him that liveth for ever; for his dominion is an everlasting dominion, and his kingdom from generation to generation.
Bible in Basic English (BBE) And at the end of the days, I, Nebuchadnezzar, lifting up my eyes to heaven, got back my reason, and, blessing the Most High, I gave praise and honour to him who is living for ever, whose rule is an eternal rule and whose kingdom goes on from generation to generation.
Darby English Bible (DBY) And at the end of the days I Nebuchadnezzar lifted up mine eyes unto the heavens, and mine understanding returned unto me, and I blessed the Most High, and I praised and honoured him that liveth for ever, whose dominion is an everlasting dominion, and his kingdom is from generation to generation.
World English Bible (WEB) At the end of the days I, Nebuchadnezzar, lifted up my eyes to heaven, and my understanding returned to me, and I blessed the Most High, and I praised and honored him who lives forever; for his dominion is an everlasting dominion, and his kingdom from generation to generation.
Young's Literal Translation (YLT) `And at the end of the days I, Nebuchadnezzar, mine eyes to the heavens have lifted up, and mine understanding unto me returneth, and the Most High I have blessed, and the Age-during Living One I have praised and honoured, whose dominion `is' a dominion age-during, and His kingdom with generation and generation;
Cross Reference Job 1:21 in Oriya 21 ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
Psalm 7:17 in Oriya 17 ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।
Psalm 9:2 in Oriya 2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Psalm 10:16 in Oriya 16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି।
Psalm 50:14 in Oriya 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Psalm 90:1 in Oriya 1 ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
Psalm 92:1 in Oriya 1 ଗୀତ : ବିଶ୍ରାମବାର ନିମିତ୍ତକ ଗୀତ। ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
Psalm 102:24 in Oriya 24 ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।
Psalm 103:1 in Oriya 1 ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Psalm 107:8 in Oriya 8 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
Psalm 107:15 in Oriya 15 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ !
Psalm 107:22 in Oriya 22 ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
Psalm 107:31 in Oriya 31 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ !
Psalm 121:1 in Oriya 1 ଆରୋହଣ ଗୀତ। ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ ?
Psalm 123:1 in Oriya 1 ଆରୋହଣ-ଗୀତ। ହେ ସ୍ୱର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ।
Psalm 130:1 in Oriya 1 ଆରୋହଣ-ଗୀତ। ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
Psalm 145:13 in Oriya 13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
Psalm 146:10 in Oriya 10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 24:15 in Oriya 15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Lamentations 3:19 in Oriya 19 ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।
Lamentations 3:38 in Oriya 38 ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ ?
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 4:3 in Oriya 3 ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।
Daniel 4:16 in Oriya 16 ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।
Daniel 4:26 in Oriya 26 ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।
Daniel 4:32 in Oriya 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
Daniel 5:21 in Oriya 21 ପୁଣି, ସେ ମନୁଷ୍ୟସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
Daniel 6:26 in Oriya 26 ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
Daniel 7:14 in Oriya 14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Daniel 12:7 in Oriya 7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।
Jonah 2:2 in Oriya 2 ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ।
Micah 4:7 in Oriya 7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।
Luke 1:33 in Oriya 33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।
Luke 18:13 in Oriya 13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ।
John 5:26 in Oriya 26 କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
1 Timothy 6:16 in Oriya 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
Revelation 4:10 in Oriya 10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
Revelation 10:6 in Oriya 6 ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।