Daniel 4:35 in Oriya 35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ'ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।
Other Translations King James Version (KJV) And all the inhabitants of the earth are reputed as nothing: and he doeth according to his will in the army of heaven, and among the inhabitants of the earth: and none can stay his hand, or say unto him, What doest thou?
American Standard Version (ASV) And all the inhabitants of the earth are reputed as nothing; and he doeth according to his will in the army of heaven, and among the inhabitants of the earth; and none can stay his hand, or say unto him, What doest thou?
Bible in Basic English (BBE) And all the people of the earth are as nothing: he does his pleasure in the army of heaven and among the people of the earth: and no one is able to keep back his hand, or say to him, What are you doing?
Darby English Bible (DBY) And all the inhabitants of the earth are reputed as nothing; and he doeth according to his will in the army of the heavens, and among the inhabitants of the earth; and none can stay his hand, or say unto him, What doest thou?
World English Bible (WEB) All the inhabitants of the earth are reputed as nothing; and he does according to his will in the army of heaven, and among the inhabitants of the earth; and none can stay his hand, or tell him, What do you?
Young's Literal Translation (YLT) and all who are dwelling on the earth as nothing are reckoned, and according to his will He is doing among the forces of the heavens and those dwelling on the earth, and there is none that doth clap with his hand, and saith to Him, What hast Thou done?
Cross Reference 1 Samuel 3:18 in Oriya 18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।
Job 9:4 in Oriya 4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?
Job 9:12 in Oriya 12 ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପାରେ ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ ?
Job 23:13 in Oriya 13 ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।
Job 33:12 in Oriya 12 ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି।
Job 34:14 in Oriya 14 ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;
Job 34:19 in Oriya 19 ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?
Job 34:29 in Oriya 29 ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
Job 40:2 in Oriya 2 “ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”
Job 40:9 in Oriya 9 ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର ?
Job 42:2 in Oriya 2 “ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଙ୍କଳ୍ପ ନିବାରଣ କରାଯାଇ ନ ପାରେ।
Psalm 33:8 in Oriya 8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।
Psalm 33:14 in Oriya 14 ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
Psalm 49:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
Psalm 115:3 in Oriya 3 ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
Psalm 135:6 in Oriya 6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।
Proverbs 21:30 in Oriya 30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
Isaiah 14:24 in Oriya 24 ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
Isaiah 26:9 in Oriya 9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
Isaiah 40:15 in Oriya 15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।
Isaiah 40:22 in Oriya 22 ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;
Isaiah 43:13 in Oriya 13 “ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ ?”
Isaiah 45:9 in Oriya 9 ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର ! ମୃତ୍ତିକା କ'ଣ ତା'ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ ? ଅବା ତୁମ୍ଭର କର୍ମ କ'ଣ କହିବ, ତାହାର ହସ୍ତ ନାହିଁ ?
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Acts 4:28 in Oriya 28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Acts 5:39 in Oriya 39 କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଇଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।
Acts 9:5 in Oriya 5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।
Acts 11:17 in Oriya 17 ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ୱର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ୱରଙ୍କୁ ପ୍ରତିରୋଧ କରି ପାରିଥାନ୍ତି ?
Romans 9:19 in Oriya 19 ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି ? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରି ପାରେ ?
Romans 11:33 in Oriya 33 ଆହା ! ଇଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !
1 Corinthians 2:16 in Oriya 16 କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ ? କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ।
1 Corinthians 10:22 in Oriya 22 ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା ? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ ?
Ephesians 1:11 in Oriya 11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,
Philippians 2:10 in Oriya 10 ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,