Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Other Translations King James Version (KJV) Now I Nebuchadnezzar praise and extol and honour the King of heaven, all whose works are truth, and his ways judgment: and those that walk in pride he is able to abase.
American Standard Version (ASV) Now I, Nebuchadnezzar, praise and extol and honor the King of heaven; for all his works are truth, and his ways justice; and those that walk in pride he is able to abase.
Bible in Basic English (BBE) Now I, Nebuchadnezzar, give worship and praise and honour to the King of heaven; for all his works are true and his ways are right: and those who go in pride he is able to make low.
Darby English Bible (DBY) Now I Nebuchadnezzar praise and extol and honour the King of the heavens, all whose works are truth, and his paths judgment: and those that walk in pride he is able to abase.
World English Bible (WEB) Now I, Nebuchadnezzar, praise and extol and honor the King of heaven; for all his works are truth, and his ways justice; and those who walk in pride he is able to abase.
Young's Literal Translation (YLT) `Now, I, Nebuchadnezzar, am praising and exalting and honouring the King of the heavens, for all His works `are' truth, and His paths judgment, and those walking in pride He is able to humble.'
Cross Reference Exodus 18:11 in Oriya 11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
1 Samuel 2:3 in Oriya 3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
2 Chronicles 33:11 in Oriya 11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍କୁ ନେଇଗଲେ।
2 Chronicles 33:19 in Oriya 19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
Job 40:11 in Oriya 11 ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକି ଅନାଇ ତାହାକୁ ନତ କର।
Psalm 33:4 in Oriya 4 କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
Psalm 99:4 in Oriya 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
Psalm 119:75 in Oriya 75 ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
Psalm 145:17 in Oriya 17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
Isaiah 5:16 in Oriya 16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
Ezekiel 16:56 in Oriya 56 କାରଣ ତୁମ୍ଭର ଆତ୍ମପ୍ରଶଂସାର ସମୟରେ ତୁମ୍ଭେ ଆପଣା ଭଗିନୀ ସଦୋମର ନାମ ମୁଖରେ ଆଣି ନ ଥିଲ।
Ezekiel 16:63 in Oriya 63 ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Daniel 4:3 in Oriya 3 ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।
Daniel 4:30 in Oriya 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
Daniel 4:34 in Oriya 34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ' କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
Daniel 5:4 in Oriya 4 ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
Daniel 5:20 in Oriya 20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Acts 17:24 in Oriya 24 ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
James 4:6 in Oriya 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Revelation 16:7 in Oriya 7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।
Revelation 19:1 in Oriya 1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,